ମଙ୍ଗୁ ମଠ ନ ଭାଙ୍ଗିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦରଙ୍କ ଅନୁରୋଧ

ଭୁବନେଶ୍ୱର(ବ୍ୟୁରୋ)/ଚଣ୍ଡିଗଡ଼, ୧୫।୯(ଆଇଏଏନ୍‌ଏସ୍‌): ଶିଖ୍‌ ଗୁରୁ ନାନକ ଦେବଙ୍କ ସହ ଜଡ଼ିତ ପୁରୀର ମଙ୍ଗୁ ମଠ ନ ଭାଙ୍ଗିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଓଡ଼ିଶା ପ୍ରତିପକ୍ଷ ନବୀନ ପଟ୍ଟନାୟକଙ୍କୁ ଶନିବାର ଅନୁରୋଧ କରିଛନ୍ତି। ଅମରିନ୍ଦର ଏ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଥିବା ଜଣାପଡିଛି। ମଙ୍ଗୁ ମଠ ଭଙ୍ଗାଯିବା ନିଷ୍ପତ୍ତିକୁ ପ୍ରତ୍ୟାହାର କରିବା ସହ ପୁନର୍ବିଚାର ପାଇଁ ଅନୁରୋଧ କରିଛନ୍ତି। ଟୁଇଟ୍‌ ଜରିଆରେ ଅମରିନ୍ଦର କହିଛନ୍ତି ଯେ, ଗୁରୁ ନାନକଙ୍କ ସ୍ମୃତି ବହନ କରୁଥିବା ମଙ୍ଗୁ ମଠ ଭଙ୍ଗାଯିବା ଖବର ତାଙ୍କୁ ଆଶ୍ଚର୍ଯ୍ୟାନ୍ବିତ କରିଛି। ଗୁରୁ ନାନକ ପୁରୀ ଗସ୍ତ କରି ସତ୍‌ ବାର୍ତ୍ତା ପ୍ରଚାର କରିଥିଲେ। ତେଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ହସ୍ତକ୍ଷେପ କରନ୍ତୁ ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ କହିଛନ୍ତି। ୧୬୧୫ରେ ନିର୍ମିତ ଏହି ମଠ ସହ ଶିଖ୍‌ ସମ୍ପ୍ରଦାୟର ଦୀର୍ଘଦିନର ସମ୍ପର୍କ ରହିଛି। ନାନକ ତାଙ୍କ ଧର୍ମ ପ୍ରଚାର ବେଳେ ପୁରୀ ଆସିଥିଲେ। ଶ୍ରୀଜଗନ୍ନାଥ ମନ୍ଦିର ସହ ଶିଖ୍‌ଧର୍ମ ସମ୍ପର୍କର ଏହା ପ୍ରତୀକ। ସାରା ବିଶ୍ୱ ଗୁରୁ ନାନକଙ୍କ ୫୫୦ତମ ପ୍ରକାଶ ପର୍ବ ପାଳନ ପାଇଁ ପ୍ରସ୍ତୁତ ହେଉଥିବାବେଳେ ଓଡ଼ିଶା ସରକାର ଏହାକୁ ଭାଙ୍ଗିବା ପାଇଁ ନିଷ୍ପତ୍ତି ନେବା ଦୁଃଖର ବିଷୟ ବୋଲି ଅମରିନ୍ଦର କହିଛନ୍ତି। ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନର ମିଳିତ ପ୍ରଚେଷ୍ଟାରେ ଜଗନ୍ନାଥ ମନ୍ଦିରର ୭୫ ମିଟର ଚତୁଃପାର୍ଶ୍ୱରେ ଉଚ୍ଛେଦ ଜାରି ରହିଛି। ସେହିକ୍ରମରେ ମଙ୍ଗୁ ମଠ ଭଙ୍ଗାଯିବା ନେଇ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri