ମଝିଆକାଶରେ ବିମାନ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି

ଆଟ୍‌ଲାଣ୍ଟା,୧୧।୭: ଡେଲ୍‌ଟା ଏୟାରଲାଇନ୍ସ ବିମାନ ୧୪୨୪ ଆଟ୍‌ଲାଣ୍ଟାରୁ ବାଲ୍‌ଟିମୋରକୁ ଉଡାଣ କରିଥିଲା। ହେଲେ ମଝିଆକାଶରେ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ବିମାନ କାର୍ଯ୍ୟକ୍ଷମ ହୋଇପାରି ନ ଥିଲା। ଇଞ୍ଜିନରେ ନିଆଁ ଲାଗିଯାଇଥିବା ବେଳେ ବିମାନ ଭିତରେ ତାପମାତ୍ରା ବୃଦ୍ଧି ପାଇବା ସହ କ୍ୟାବିନ ଭିତର ଧୂଆଁମୟ ହୋଇ ଏସି ବନ୍ଦ ହୋଇଯାଇଥିଲା। ଏନେଇ ବିମାନରେ ଥିବା ୧୪୮ରୁ ଊର୍ଦ୍ଧ୍ୱ ଯାତ୍ରୀ ଭୟଭୀତ ହେବା ସହ ଅଣନିଃଶ୍ୱାସୀ ହୋଇପଡ଼ିଥିଲେ। ଯାତ୍ରୀମାନେ ବିପଦରୁ ରକ୍ଷା ପାଇବା ପାଇଁ ଭଗବାନଙ୍କୁ ଡାକୁଥିବା ବେଳେ କିଏ ମୋବାଇଲ ନେଟଓ୍ବର୍କ ନ ଥିବା ସତ୍ତ୍ୱେ ନିଜ ଘରକୁ ଶେଷ ବାର୍ତ୍ତା ପଠାଇଥିଲେ। ସେହି ସମୟରେ ପାଇଲଟ ନିକଟସ୍ଥ ବିମାନବନ୍ଦର ସହ ଯୋଗାଯୋଗ କରି ବିମାନରେ ଯାନ୍ତ୍ରିକ ତ୍ରୁଟି ଥିବା ନେଇ ଜଣାଇଥିଲେ। ଏହାପରେ ନର୍ଥ କାରୋଲିନାରେ ବିମାନ ଜରୁରୀ ଅବତରଣ କରିଥିଲା। ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବାହାର କରାଯାଇଥିଲା। ଅପରପକ୍ଷରେ ବିମାନଟି ଗନ୍ତବ୍ୟସ୍ଥଳରେ ନ ପହଞ୍ଚିବାରୁ ଏୟାରଲାଇନ୍ସ ପକ୍ଷରୁ ଯାତ୍ରୀଙ୍କୁ ଖାଦ୍ୟ ପାଇଁ ୩୦ ଡଲାର(ପ୍ରାୟ ୨ହଜାର ଟଙ୍କା) ଦିଆଯାଇଥିଲା। ତେବେ ଏହି ସମୟର ଦୃଶ୍ୟକୁ ଜଣେ ଯାତ୍ରୀ ଭିଡିଓ ଉତ୍ତୋଳନ କରି ସୋସିଆଲ ମିଡିଆରେ ଏବେ ଭାଇରାଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥିରତାକୁ ଗୁରୁତ୍ୱ

ସିବିଆଇ ନିର୍ଦ୍ଦେଶକ ଭାବରେ ପ୍ରବୀଣ ସୁଦ୍‌ଙ୍କ କାର୍ଯ୍ୟକାଳ ଆଉ ୧ବର୍ଷ ବଢ଼ିିବା ଅପ୍ରତ୍ୟାଶିତ ନ ଥିଲା। ଔପଚାରିକ ଭାବରେ, ସରକାର ନିରନ୍ତରତା ଏବଂ ସ୍ଥିରତା ନାମରେ ଏହି…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ଟ୍ରମ୍ପ ପ୍ରଶାସନର ବଡ଼ ନିଷ୍ପତ୍ତି! ଗ୍ରୀନ କାର୍ଡ ନିୟମରେ ହେଲା ବଡ଼ ପରିବର୍ତ୍ତନ, ନୂଆ ସର୍ତ୍ତ ଶୁଣି ସଭିଏଁ ଆଶ୍ଚର୍ଯ୍ୟ

ଓ୍‌ବାଶିଂଟନ୍‌,୨୩।୫: ଆମେରିକାରେ ସ୍ଥାୟୀ ନାଗରିକତା କିମ୍ବା ଗ୍ରୀନ କାର୍ଡ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଭାରତୀୟଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଡୋନାଲ୍ଡ ଟ୍ରମ୍ପ…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri