ମଞ୍ଚରେ ପ୍ରତିଭା ପ୍ରଦର୍ଶନ କଲେ ଶିଶୁ

ପୁରୀ ଅଫିସ,୧୦ା୮: ‘ଶିଶୁ ସମାଚାର’ର ଦ୍ୱାଦଶ ସ୍ବନକ୍ଷତ୍ର ଉତ୍ସବ ଏବଂ ରାଜ୍ୟସ୍ତରୀୟ ଶିଶୁମେଳା ଶନିବାର ପୁରୀ ପୌରସଦନଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବହୁ ଶିଶୁ ଯୋଗଦେଇ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। ପୂର୍ବାହ୍ନ ୧୦ଟାରେ ସାମାଜିକ କର୍ମୀ ଚକ୍ରଧର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଓଡ଼ିଶା ଲୋକସେବା ଆୟୋଗ ସଦସ୍ୟ ଜଗନ୍ନାଥ ମହାନ୍ତି ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଶିଶୁ ସାହିତି୍ୟକ ବୀରେନ୍ଦ୍ର କୁମାର ସାମନ୍ତରାୟ, ବନଖଣ୍ଡ ଅଧିକାରୀ ହର୍ଷବର୍ଦ୍ଧନ ଉଦ୍‌ଗାତା, ଶିକ୍ଷାବିତ୍‌ ସୁଶିଲ କୁମାର ବ୍ରହ୍ମା, ଭାଷାବିତ୍‌ ଡ. କୈଳାଶ ଚନ୍ଦ୍ର ଟିକାୟତରାୟ, ଡା. ହରିବଲ୍ଳଭ ମହାପାତ୍ର, ରାଜକିଶୋର ସାବତ୍‌ ପ୍ରମୁଖ ଯୋଗ ଦେଇଥିଲେ। ଶିଶୁମାନଙ୍କ ମଧ୍ୟରେ ନୃତ୍ୟ ଓ ସଙ୍ଗୀତ ପ୍ରତିଯୋଗିତା ହୋଇଥିଲା। ଏଥିରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା।
ଅପରାହ୍ନରେ ଶିଶୁ ସମାଚାର ସମ୍ପାଦକ ସୁକାନ୍ତ ପଣ୍ଡାଙ୍କ ସଂଯୋଜନାରେ ଉଦ୍‌ଯାପନୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଡା. ଅଶୋକ କୁମାର ମହାପାତ୍ର ଯୋଗଦେଇଥିଲେ। ମୁଖ୍ୟବକ୍ତା ଭାବେ ପୂର୍ବତନ ଆୟକର ଆୟୁକ୍ତ ଶରତ କୁମାର ଦାଶ ମଞ୍ଚାସୀନ ଥିଲେ। ସମ୍ମାନିତ ଅତିଥି ଭାବେ ନାଲ୍‌କୋ ଅର୍ଥ ବିଭାଗ ନିର୍ଦ୍ଦେଶକ ଶ୍ରୀଧର ପାତ୍ର, ସଦର ମଣ୍ଡଳ ଶିକ୍ଷାଧିକାରୀ ମମତା ମିଶ୍ର ଏବଂ ଚଳଚ୍ଚିତ୍ର ଅଭିନେତା ସ୍ବରାଜ ମହାପାତ୍ର, ସାମାଜିକ କର୍ମୀ ପ୍ରଭାସ ଆଚାର୍ଯ୍ୟ, ଚକ୍ରଧର ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ। ଅତିଥିମାନେ କହିଥିଲେ, ମାତା ପିତାମାନେ ଶିଶୁଙ୍କୁ ଉତ୍ତମ ବାତାବରଣରେ ରଖିବା ସହ ସେମାନଙ୍କ ସର୍ବାଙ୍ଗୀନ ବିକାଶ ପ୍ରତି ଗୁରୁତ୍ୱ ଦେବା ଉଚିତ। ସେହିପରି ସୁସଂସ୍କାର ଶିକ୍ଷା ପ୍ରଦାନ ସହ ଖେଳ ପ୍ରତି ଆଗ୍ରହ ସୃଷ୍ଟି କରାଇବା ଆବଶ୍ୟକ। ଏହି ଅବସରରେ ଶିଶୁ ସାହିତି୍ୟକ ବୀରେନ୍ଦ୍ର ସାମନ୍ତରାୟଙ୍କୁ ସାରସ୍ବତ ସମ୍ମାନ, ଡା. ଅଶୋକ କୁମାର ମହାପାତ୍ରଙ୍କୁ ସେବା ସମ୍ମାନ, ସ୍ବାଧିନ କୁମାର ପଣ୍ଡାଙ୍କୁ ଯୁବ ସଙ୍ଗଠକ ସମ୍ମାନ ଏବଂ ଜାତୀୟ ପୁରସ୍କାରପ୍ରାପ୍ତ ଶିଶୁ କଳାକାର ଅନିମେଶ ଘୋଷଙ୍କୁ ଶିଶୁ ସମାଚାର ପ୍ରତିଭା ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏଥିସହ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଶିକ୍ଷାବିତ୍‌, ଶିଶୁ ସାହିତି୍ୟକ, ସଙ୍ଗୀତ ଓ ନୃତ୍ୟଗୁରୁ ଏବଂ ଶିଶୁ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶିଶୁ ସମାଚାର ମୁଖପତ୍ର ଉନ୍ମୋଚିତ ହୋଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଶିଶୁ ସାହିତି୍ୟକ ସୂର୍ଯ୍ୟମଣି ସାମନ୍ତରାୟଙ୍କ ବିୟୋଗରେ ଦୁଇମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଶରତ ଚନ୍ଦ୍ର ରାୟଗୁରୁ ଏବଂ ବିଜୟ କୁମାର ପଣ୍ଡା ମଞ୍ଚ ଓ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଶ୍ରୀକାନ୍ତ ମହାନ୍ତି, ବୀରେନ୍ଦ୍ର ମହାନ୍ତି, ସଂଗ୍ରାମ ସାମଲ, କାହ୍ନୁ ଚରଣ ଦାଶ, ପ୍ରଭାକର ଦାଶ, ଶ୍ରୀୟାଶ୍ରୀ ପଣ୍ଡା, ଶୁଭଜିତ ପଣ୍ଡା, ଶିବସୁନ୍ଦର ମିଶ୍ର ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ। ଏଥିରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ୩ଶହରୁ ଊର୍ଦ୍ଧ୍ୱ ଶିଶୁ ଓ ସେମାନଙ୍କ ଅଭିଭାବକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri