ମଞ୍ଚେଶ୍ୱର ଆକ୍ରାନ୍ତ ବିରିୟାନୀ ଡେଲିଭରି ବୟ; ବୁଲିଥିବା ଚକେଇସିଆଣୀ ମାର୍କେଟ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର, ୯।୫ (ବ୍ୟୁରୋ): ଭୁବନେଶ୍ୱରରୁ ୩ କରୋନା ପଜିଟିଭ ଗତ ଗୁରୁବାର ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ମଞ୍ଚେଶ୍ୱର ଅଞ୍ଚଳରୁ ଚିହ୍ନଟ ଆକ୍ରାନ୍ତ ଜଣଙ୍କ ଜଣେ ଡେଲିଭରି ବୟ ବୋଲି ଜଣାପଡିଛି। ସେ ରାଜଧାନୀର ବିିଭିନ୍ନ ଅଞ୍ଚଳ ବୁଲି ବିରିୟାନୀ ଡେଲିଭରି ଦେଉଥିଲେ। ସେ ମଞ୍ଚେଶ୍ୱରରେ ରହୁଥିବା ବେଳେ ପଟିଆ ଅଞ୍ଚଳରେ ଥିବା ଏକ ଫାଷ୍ଟଫୁଡ୍‌ ସଂସ୍ଥାରେ କାମ କରୁଥିଲେ। ଗତ ୫ ତାରିଖରେ ସେ ମଞ୍ଚେଶ୍ୱରସ୍ଥିତ ବିଭିନ୍ନ ଦୋକାନକୁ ଯାଇଥିଲେ। ତେବେ ସେ ଯାଇଥିବା ଦୋକାନଗୁଡ଼ିକୁ ବିଏମ୍‌ସି ପକ୍ଷରୁ ସିଲ୍‌ କରାଯାଇଛି। ଏ ନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ଶନିବାର ସୂଚନା ଦେଇଛନ୍ତି। ଉକ୍ତ ଦୋକାନ ମଧ୍ୟରେ ରାଜେଶ ମେଡିସିନ ଷ୍ଟୋର, ଜିମି ଚିକେନ ସେଣ୍ଟର, ମକରା ଗ୍ରୋସରୀ ଦୋକାନ, ମହାବୀର ଫ୍ୟାନ୍ସି ସପ୍‌ , ରବି ଛେନା ଦୋକାନ ସମେତ କେତେକ ପରିବା, ଫଳ ଦୋକାନ ଆଦିକୁ ୨୧ ତାରିଖ ପର୍ଯ୍ୟନ୍ତ ସିଲ୍‌ କରାଯାଇଛି। ଏଥିସହିତ ସେ ଯେଉଁମାନଙ୍କ ଘରକୁ ଯାଇଥିଲେ, ସେମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ କୁହାଯାଇଛି। ଏ ନେଇ ଅଧିକ ତଥ୍ୟ ସଂଗ୍ରହ କରାଯାଉଥିବା କମିଶନର ଚୌଧୁରୀ କହିଛନ୍ତି।
ଆକ୍ରାନ୍ତ ଜଣଙ୍କ ରାଜଧାନୀର ବିଭିନ୍ନ ଅଞ୍ଚଳରେ ବୁଲି ବରିୟାନୀ ଡେଲିଭରି ଦେଇଛନ୍ତି। ଏପରିକି ସୂର୍ଯ୍ୟନଗର ଅଞ୍ଚଳରେ ମଧ୍ୟ ସେ ଖାଦ୍ୟ ଡେଲିଭରୀ ଦେଇଛନ୍ତି। ତାଙ୍କୁ ଥଣ୍ଡା-କାଶ ହେବାରୁ ଘର ମାଲିକ ତାଙ୍କର ସ୍ବାବ ଟେଷ୍ଟ କରିବାକୁ କହିଥିଲେ। ଟେଷ୍ଟପରେ ତାଙ୍କର ପିଜିଟିଭ ଆସିଛି। ଏହା ଜଣାପଡିବା ପରେ ଖାଦ୍ୟ ପାର୍ସଲ ମଗାଉଥିବା ଲୋକେ ଚିନ୍ତାରେ ପଡ଼ିଯାଇଛନ୍ତି। ତେବେ ପ୍ରଶାସନ ପକ୍ଷରୁ ତାଙ୍କର କଣ୍ଟାକ୍ଟ ଟ୍ରେସିଂ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri