ମଞ୍ଜୁର ହେଲା ଅର୍ଥ, ବିଦ୍ୟାଳୟ ମରାମତି ନୋହିଲା

ଗଣିଆ,୨।୮(ଡି.ଏନ.ଏ.)-ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ଗଣିଆ ବ୍ଲକ ଛାମୁଣ୍ଡିଆସ୍ଥିତ କୁଞ୍ଜବିହାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାତ୍ୟାର ତିନି ମାସ ପରେ ବି ମରାମତି ହୋଇପାରିନି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।
ମେ ମାସ ପ୍ରଥମ ସପ୍ତାହରେ ଫନୀ ପ୍ରଭାବରେ ବିଦ୍ୟାଳୟର ଦୁଇ ବଖରା ଆଜବେଷ୍ଟସ୍‌ ଉଡିଯାଇଥିଲା ା ନୂତନ ଆଜବେଷ୍ଟସ୍‌ ପକାଯାଇ ନ ଥିବାବେଳେ ବର୍ଷା ଋତୁରେ ଶ୍ରେଣୀଗୃହଗୁଡିକର ପୁରୁଣା କାନ୍ଥ ବର୍ଷାପାଣି ପଡି ନଷ୍ଟ ହେବାକୁ ବସିଲାଣି ା ଏଭଳି ସ୍ଥିତିରେ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ପାଠପଢିବାରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଶ୍ରେଣୀଗୃହ ମରାମତି ଦାବିରେ ବିଦ୍ୟାଳୟ ପରିଚାଳନା କମିଟି ଓ ଅଭିଭାବକଙ୍କ ତରଫରୁ ଗତ ଜୁଲାଇ ୮ତାରିଖରେ ଧାରଣା ଦେବା ପାଇଁ ଲିଖିତ ଭାବେ କନ୍ଧମାଳ ଏମପି, ଦଶପଲ୍ଲା ବିଧାୟକ, ନୟାଗଡ ଜିଲାପାଳ, ଗଣିଆ ବିଡିଓ, ବ୍ଲକ ଅଧ୍ୟକ୍ଷ, ଜିଲା ଶିକ୍ଷା ଅଧିକାରୀ ଓ ଛାମୁଣ୍ଡିଆ ସରପଞ୍ଚଙ୍କୁ ଅବଗତ କରାଯାଇଥିଲା। ଫଳରେ ଜୁଲାଇ ମାସ ପ୍ରଥମ ସପ୍ତାହରେ ବିଧାୟକ, ବ୍ଲକ ଅଧ୍ୟକ୍ଷ, ସରପଞ୍ଚ, ବିଡିଓ, ବ୍ଲକ ଶିକ୍ଷା ଅଧିକାରୀ, ବିଦ୍ୟାଳୟ ପରିଦର୍ଶନ କରି ଶ୍ରେଣୀଗୃହ ଗୁଡିକ ଯଥାଶୀଘ୍ର ମରାମତି ପାଇଁ ପ୍ରତିଶ୍ରୁତି ଦେଇଥିଲେ। ପରବର୍ତ୍ତୀ ସମୟରେ ବିଡିଓଙ୍କ ନିର୍ଦ୍ଦେଶକ୍ରମେ ଜୁଲାଇ ୫ତାରିଖ ଚିଠି ନଂ – ୧୭୩୨ ଅନୁଯାୟୀ ଛାମୁଣ୍ଡିଆ ପଞ୍ଚାୟତ କାର୍ଯ୍ୟାଳୟରୁ ଚତୁର୍ଦ୍ଦଶ ଅର୍ଥ କମିଶନ ଯୋଜନାରେ ୨ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ମରାମତି କାର୍ଯ୍ୟକୁ ବିଦ୍ୟାଳୟ ପରିଚାଳନା କମିଟି ଦ୍ୱାରା ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ କମିଟି ବୈଠକରେ ନିଷ୍ପତ୍ତି ନିଆଯିବା ସହ ଏହି ପ୍ରସ୍ତାବର ଅବିକଳ ନକଲ ସରପଞ୍ଚଙ୍କୁ ପ୍ରଦାନ କରାଯାଇଥିଲା। ପରେ ବିଦ୍ୟାଳୟ ପରିଚାଳନା କମିଟି ତରଫରୁ ମରାମତି କାର୍ଯ୍ୟ ଆରମ୍ଭ କରାଯାଇଥିଲା । ତେବେ କେତେକ ଠିକାଦାର ମରାମତି କାର୍ଯ୍ୟ କରିବା ପାଇଁ ସରପଞ୍ଚଙ୍କୁ ଜଣାଇଥିଲେ। ଏ ନେଇ ପଞ୍ଚାୟତ କର୍ତ୍ତୃପକ୍ଷ କୌଣସି ନିଷ୍ପତ୍ତି ନ ନେବାରୁ ମରାମତି କାର୍ଯ୍ୟ ନେଇ ବିଦ୍ୟାଳୟ ପରିଚାଳନା କମିଟି ଓ ଠିକାଦାରଙ୍କ ମଧ୍ୟରେ ବିବାଦ ଉପୁଜିଛି। ଏଥିଯୋଗୁ କାର୍ଯ୍ୟଟି ହୋଇ ନ ପାରି ଅଧାପନ୍ତରିଆ ଭାବେ ପଡିରହିଛି ା ତେବେ ଗଣିଆ ବ୍ଲକ ପ୍ରଶାସନ ଓ ଶିକ୍ଷା ବିଭାଗ ବିଦ୍ୟାଳୟ ମରାମତି କାର୍ଯ୍ୟ ସମ୍ପର୍କରେ କୌଣସି ତଦାରଖ କରି ନ ଥିବା ଦେଖାଯାଇଛି । ଏ ନେଇ ସ୍ଥାନୀୟ ସରପଞ୍ଚ ନୀରବ ରହିବା ଯୋଗୁ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଛି ା ଘଟଣା ସମ୍ପର୍କରେ ଛାମୁଣ୍ଡିଆ ସରପଞ୍ଚ ମଙ୍ଗୁଳୁ ସାହୁଙ୍କୁ ପଚାରିବାରୁ ଉଭୟ ଗୋଷ୍ଠୀଙ୍କ ସହ ଆଲୋଚନା ପରେ ଯାହା ନିଷ୍ପତ୍ତି ନିଆଯିବ ବୋଲି ପ୍ରକାଶ କରିଥିଲେ ା ଅପରପକ୍ଷେ ବିଦ୍ୟାଳୟ ମରାମତି ଭଳି କାର୍ଯ୍ୟରେ ସରପଞ୍ଚ ତତ୍ପରତା ପ୍ରକାଶ କରୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। ଘଟଣା ସମ୍ପର୍କରେ ଗଣିଆ ବ୍ଲକ ଅଧ୍ୟକ୍ଷ, ବଡିଓ ଦୃଷ୍ଟି ଦେଇ ସମାଧାନ କରିବାକୁ ବିଦ୍ୟାଳୟ ପରିଚାଳନା କମିଟି ଓ ଅଭିଭାବକ ମହଲରୁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri