ଛତ୍ରପୁର,୧ା୫(ଡି.ଏନ.ଏ)-ବ୍ରହ୍ମପୁର, ଭୁବନେଶ୍ୱର, ରାଉରକେଲାକୁ ମଡେଲ ସିଟି ଏବଂ ଛତ୍ରପୁର, ଢେଙ୍କାନାଳ ଓ ଯାଜପୁରକୁ ମଡେଲ ଟାଉନ୍ କରିବା ପାଇଁ ଲକ୍ଷ୍ୟ ରଖି ସରକାର ପାଇଲଟ୍ ପ୍ରକଳ୍ପ ଆରମ୍ଭ କରିଛନ୍ତି। ବିଶେଷକରି ଗ୍ରୀନ୍ ଟ୍ରିବ୍ୟୁନାଲ (ଏନଜିଟି)ଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ବର୍ଜ୍ୟବସ୍ତୁ ପରିଚାଳନା ଅନୁଧ୍ୟାନ କମିଟି ଗଠନ କରାଯାଇଛି। ମଙ୍ଗଳବାର ଗଞ୍ଜାମ ଜିଲାର ବ୍ରହ୍ମପୁର ମହାନଗର ନିଗମ ଓ ଛତ୍ରପୁର ଏନଏସିକୁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ କମିଟି (ବର୍ଜ୍ୟବସ୍ତୁ ପରିଚାଳନା) ଆସି ଅନୁଧ୍ୟାନ କରିଛନ୍ତି। କମିଟିର ଅଧ୍ୟକ୍ଷ ଅବସରପ୍ରାପ୍ତ ଜଷ୍ଟିସ୍ ପି. କେ. ମହାନ୍ତିଙ୍କ ନେତୃତ୍ୱରେ ଆସିଥିବା ସଦସ୍ୟମାନେ ଉକ୍ତ ୨ ସହରରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ କ’ଣ ସବୁ ପଦକ୍ଷେପ ନିଆଯାଇଛି ଏବଂ ଆଗକୁ କିପରି ପଦକ୍ଷେପ ନିଆଯିବ ସେ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଥିଲେ। ରାଜ୍ୟ ପରିବେଶ ବିଭାଗର ସଚିବ ସୁରେଶ ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ସଚିବ ଡ. ପ୍ରମୋଦ କୁମାର ମେହେର୍ଦ୍ଦା , ପ୍ରଦୁଷଣ କଣ୍ଟ୍ରୋଲ ବୋର୍ଡର ନିର୍ଦ୍ଦେଶକ ଦେବୀଦତ୍ତ ବିଶ୍ୱାଳ, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଡିଆରଡିଏ ପିଡି ସିର୍ଦ୍ଧାର୍ଥ ଶଙ୍କର ସ୍ବାଇଁ, ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ, ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସବ୍ୟସାଚୀ ହୋତା, ଜିଲା ମୁଖ୍ୟ ଚିକିସତ୍ାଧିକାରୀ ଡା. ବିଜୟ ପାଣିଗ୍ରାହୀ, ଛତ୍ରପୁର ଏନଏସି ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡର ବ୍ରହ୍ମପୁରସ୍ଥିତ ଆଞ୍ଚଳିକ ଅଫିସର ପ୍ରମୁଖ ଉପସ୍ଥିତ ଥିଲେ। ପୂର୍ବାହ୍ନରେ ବ୍ରହ୍ମପୁରରେ ଅନୁଧ୍ୟାନ କରିବା ପରେ ଅପରାହ୍ନରେ ଉକ୍ତ କମିଟିର ଅଧ୍ୟକ୍ଷ ଏବଂ ଅନ୍ୟମାନେ ଛତ୍ରପୁର ଆସିଥିଲେ। ଛତ୍ରପୁରରେ ସେପ୍ଟେଜ୍ ପ୍ଲାଣ୍ଟ ପ୍ରତିଷ୍ଠା ହେବ। ସେ ପର୍ଯ୍ୟନ୍ତ ମହୁଡାରେ ଥିବା ପ୍ଲାଣ୍ଟରେ ବର୍ଜ୍ୟବସ୍ତୁ ପକାଯିବ। ଏଥିସହ ଏଠାରେ ୧୦୦ଟି କମ୍ପୋଷ୍ଟ ପିଟ୍ ନିର୍ମାଣ ହେବ। ଉକ୍ତ ପିଟ୍ରେ ପନିପରିବା ଆଦି ବର୍ଜ୍ୟ ପକାଯିବ। ଛତ୍ରପୁର ଏନଏସି ପକ୍ଷରୁ ପରିବା ମାର୍କେଟ ପରିସରରେ କମ୍ପୋଷ୍ଟ ପିଟ୍ ନିର୍ମାଣ କରାଯାଇଥିବା ବେଳେ ମହାବୀର ନଗରରେ ୯ଟି ପିଟ୍ ନିର୍ମାଣ ଚାଲିଛି। ଛତ୍ରପୁର ହସ୍ପିଟାଲ ସମ୍ମୁଖରେ ନୂତନ ଶୌଚାଳୟ ନିର୍ମାଣ ହୋଇଛି। ନିର୍ବାଚନ ଆଚରଣ ବିଧି ଉଠିବା ପରେ ଟେଣ୍ଡର କରି ଏହାକୁ କାର୍ଯ୍ୟକ୍ଷମ କରାଯିବ। କମିଟିର ଅଧ୍ୟକ୍ଷ ଏବଂ ଅନ୍ୟମାନେ କମ୍ପୋଷ୍ଟ ପିଟ୍ ଓ ଶୌଚାଳୟ ପରିଦର୍ଶନ କରିଥିଲୋ ଏଥିସହ ଛତ୍ରପୁର ସର୍କିଟ୍ ହାଉସ ପରିସରରେ ଥିବା ସୁଇମିଂ ପୁଲ୍ ମଧ୍ୟ ଅନୁଧ୍ୟାନ କରିଥିଲେ। ଖୁବ୍ଶୀଘ୍ର ଛତ୍ରପୁର ଏନଏସି ଓ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ନେଇ ଏକ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହେବ। ଏହା ଆଧାରରେ କାର୍ଯ୍ୟ ହେବ ବୋଲି ସୂଚନା ଦିଆଯାଇଛି।
ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...
ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ
ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...
୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…
ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...
କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ
ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...
ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ
ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...
ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ
ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍ ପକ୍ଷରୁ ଏକ...
ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…
ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...
ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…
ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...
Archives


