ମଡେଲ ସିଟି ବ୍ରହ୍ମପୁର, ଛତ୍ରପୁରକୁ ମଡେଲ ଟାଉନ୍‌ ଲକ୍ଷ୍ୟ: ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ କମିଟି

ଛତ୍ରପୁର,୧ା୫(ଡି.ଏନ.ଏ)-ବ୍ରହ୍ମପୁର, ଭୁବନେଶ୍ୱର, ରାଉରକେଲାକୁ ମଡେଲ ସିଟି ଏବଂ ଛତ୍ରପୁର, ଢେଙ୍କାନାଳ ଓ ଯାଜପୁରକୁ ମଡେଲ ଟାଉନ୍‌  କରିବା ପାଇଁ ଲକ୍ଷ୍ୟ ରଖି  ସରକାର ପାଇଲଟ୍‌ ପ୍ରକଳ୍ପ ଆରମ୍ଭ କରିଛନ୍ତି। ବିଶେଷକରି ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନଜିଟି)ଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ବର୍ଜ୍ୟବସ୍ତୁ ପରିଚାଳନା ଅନୁଧ୍ୟାନ କମିଟି ଗଠନ କରାଯାଇଛି। ମଙ୍ଗଳବାର ଗଞ୍ଜାମ ଜିଲାର ବ୍ରହ୍ମପୁର ମହାନଗର ନିଗମ ଓ ଛତ୍ରପୁର ଏନଏସିକୁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ କମିଟି (ବର୍ଜ୍ୟବସ୍ତୁ ପରିଚାଳନା) ଆସି ଅନୁଧ୍ୟାନ କରିଛନ୍ତି। କମିଟିର ଅଧ୍ୟକ୍ଷ ଅବସରପ୍ରାପ୍ତ ଜଷ୍ଟିସ୍‌ ପି. କେ. ମହାନ୍ତିଙ୍କ ନେତୃତ୍ୱରେ ଆସିଥିବା ସଦସ୍ୟମାନେ ଉକ୍ତ ୨ ସହରରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ କ’ଣ ସବୁ ପଦକ୍ଷେପ ନିଆଯାଇଛି ଏବଂ ଆଗକୁ କିପରି ପଦକ୍ଷେପ ନିଆଯିବ ସେ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଥିଲେ। ରାଜ୍ୟ ପରିବେଶ ବିଭାଗର ସଚିବ ସୁରେଶ ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ସଚିବ ଡ. ପ୍ରମୋଦ କୁମାର ମେହେର୍ଦ୍ଦା , ପ୍ରଦୁଷଣ କଣ୍ଟ୍ରୋଲ ବୋର୍ଡର ନିର୍ଦ୍ଦେଶକ ଦେବୀଦତ୍ତ ବିଶ୍ୱାଳ, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଡିଆରଡିଏ ପିଡି ସିର୍ଦ୍ଧାର୍ଥ ଶଙ୍କର ସ୍ବାଇଁ, ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ, ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସବ୍ୟସାଚୀ ହୋତା, ଜିଲା ମୁଖ୍ୟ ଚିକିସତ୍ାଧିକାରୀ ଡା. ବିଜୟ ପାଣିଗ୍ରାହୀ, ଛତ୍ରପୁର ଏନଏସି ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡର ବ୍ରହ୍ମପୁରସ୍ଥିତ ଆଞ୍ଚଳିକ ଅଫିସର ପ୍ରମୁଖ ଉପସ୍ଥିତ ଥିଲେ। ପୂର୍ବାହ୍ନରେ ବ୍ରହ୍ମପୁରରେ ଅନୁଧ୍ୟାନ କରିବା ପରେ ଅପରାହ୍ନରେ ଉକ୍ତ କମିଟିର ଅଧ୍ୟକ୍ଷ ଏବଂ ଅନ୍ୟମାନେ ଛତ୍ରପୁର ଆସିଥିଲେ। ଛତ୍ରପୁରରେ ସେପ୍ଟେଜ୍‌ ପ୍ଲାଣ୍ଟ ପ୍ରତିଷ୍ଠା ହେବ। ସେ ପର୍ଯ୍ୟନ୍ତ ମହୁଡାରେ ଥିବା ପ୍ଲାଣ୍ଟରେ ବର୍ଜ୍ୟବସ୍ତୁ ପକାଯିବ। ଏଥିସହ ଏଠାରେ ୧୦୦ଟି କମ୍ପୋଷ୍ଟ ପିଟ୍‌ ନିର୍ମାଣ ହେବ। ଉକ୍ତ ପିଟ୍‌ରେ ପନିପରିବା ଆଦି ବର୍ଜ୍ୟ ପକାଯିବ। ଛତ୍ରପୁର ଏନଏସି ପକ୍ଷରୁ ପରିବା ମାର୍କେଟ ପରିସରରେ କମ୍ପୋଷ୍ଟ ପିଟ୍‌ ନିର୍ମାଣ କରାଯାଇଥିବା ବେଳେ ମହାବୀର ନଗରରେ ୯ଟି ପିଟ୍‌ ନିର୍ମାଣ ଚାଲିଛି। ଛତ୍ରପୁର ହସ୍ପିଟାଲ ସମ୍ମୁଖରେ ନୂତନ ଶୌଚାଳୟ ନିର୍ମାଣ ହୋଇଛି। ନିର୍ବାଚନ ଆଚରଣ ବିଧି ଉଠିବା ପରେ ଟେଣ୍ଡର କରି ଏହାକୁ କାର୍ଯ୍ୟକ୍ଷମ କରାଯିବ। କମିଟିର ଅଧ୍ୟକ୍ଷ ଏବଂ ଅନ୍ୟମାନେ କମ୍ପୋଷ୍ଟ ପିଟ୍‌ ଓ ଶୌଚାଳୟ ପରିଦର୍ଶନ କରିଥିଲୋ ଏଥିସହ ଛତ୍ରପୁର ସର୍କିଟ୍‌ ହାଉସ ପରିସରରେ ଥିବା ସୁଇମିଂ ପୁଲ୍‌ ମଧ୍ୟ ଅନୁଧ୍ୟାନ କରିଥିଲେ। ଖୁବ୍‌ଶୀଘ୍ର ଛତ୍ରପୁର ଏନଏସି ଓ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ନେଇ ଏକ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ ହେବ। ଏହା ଆଧାରରେ କାର୍ଯ୍ୟ ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri