ମଣ୍ଟଫୋର୍ଟ ସ୍କୁଲ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ: ଅପସଂସ୍କୃତିଠାରୁ ଦୂରେଇ ରୁହ

ଢେଙ୍କାନାଳ ଅଫିସ, ୮।୧୨ – ଇଂଲିଶ ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୧୯୬୯ରେ ପ୍ରତିଷ୍ଠା ହୋଇଥିଲା ମଣ୍ଟଫୋର୍ଟ ସ୍କୁଲ। ଏହାକୁ ପ୍ରତିଷ୍ଠା କରିବାରେ ତତ୍କାଳୀନ ସମୟରେ ବହୁ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତିଙ୍କ ଉଦ୍ୟମ ପ୍ରଶଂସନୀୟ। ଆଜିର ସମୟରେ ସଂସ୍କୃତି ଏବଂ ଭାଷାକୁ ବଜାୟ ରଖିବା ସମସ୍ତଙ୍କ ପାଇଁ ଜରୁରୀ। ଶୃଙ୍ଖଳିତ ହୋଇ ଅପସଂସ୍କୃତିଠାରୁ ଦୂରରେ ରହିଲେ ଜାତି ଆଗକୁ ଯିବ ବୋଲି କହିଛନ୍ତି ଏମ୍‌ପି ମହେଶ ସାହୁ। ଢେଙ୍କାନାଳ ମଣ୍ଟଫୋର୍ଟ ସ୍କୁଲରେ ଦୁଇଦିନ ବ୍ୟାପୀ ଚାଲିଥିବା ସୁବର୍ଣ୍ଣ ଜୟନ୍ତୀ ସମାରୋହର ଶନିବାର ଅନୁଷ୍ଠିତ ଉଦ୍‌ଯାପନୀ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସେ ଏହା କହିଥିଲେ।
ମୁଖ୍ୟବକ୍ତା ଭାବେ ଯୋଗଦେଇ କିଟ୍‌ ଇଣ୍ଟରନ୍ୟାଶନାଲର ଡିଜି ଡ. ଦେବରାଜ ପ୍ରଧାନ କହିଲେ, ଶିକ୍ଷାକ୍ଷେତ୍ରରେ ସମଗ୍ର ରାଜ୍ୟରେ ସ୍ବତନ୍ତ୍ର ପରିଚୟ ହାସଲ କରିଛି ଢେଙ୍କାନାଳ। ଏହି ମାଟିରୁ ଗୌରବମୟ ଇତିହାସ ସୃଷ୍ଟି ହୋଇଛି। ବହୁ ପ୍ରତିଭାଧାରୀ ଅଞ୍ଚଳର ଟେକ ରଖିଛନ୍ତି। ଏହାକୁ ଆଗକୁ ନେବାକୁ ସେ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଏସ୍‌ପି ଅନୁପମା ଜେମ୍‌ସ କହିଲେ, କେବଳ ପାଠପଢି ପରୀକ୍ଷାରେ ନମ୍ବର ରଖିଲେ ଜଣେ ସଫଳ ଛାତ୍ର ହୋଇପାରେ ନାହିଁ। ସବୁ ବିଷୟ ପ୍ରତି ଆଗ୍ରହ ପ୍ରକାଶ କରି ଜ୍ଞାନ ଆହରଣ କଲେ ଶିକ୍ଷା ଜୀବନ ପୂର୍ଣ୍ଣାଙ୍ଗ ହୋଇଥାଏ। ଏହି ଅବସରରେ ସମ୍ବଲପୁରରୁ ଆସିଥିବା ଅନୁଷ୍ଠାନର ଫାଦର ବାର୍ଥଲୋମିଉ ବିଲୁଙ୍ଗ୍‌ ଅତିଥିଙ୍କୁ ସମ୍ବର୍ଦ୍ଧିତ କରିଥିବାବେଳେ ପ୍ରିନ୍ସିପାଲ ଫାଦର ଫିଲିପ ବିବରଣୀ ପାଠ କରିଥିଲେ। ବିଭିନ୍ନ କ୍ଷେତ୍ରରେ ଅନୁଷ୍ଠାନ ପାଇଁ ଗୌରବ ଆଣିଥିବା ମେଧାବୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri