ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କ ରାସ୍ତାରୋକୋ

କୋକସରା,୧।୧(ଡି.ଏନ୍‌.ଏ.):କଳାହଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ମଣ୍ଡିରେ ଧାନକିଣା ପ୍ରକ୍ରିୟାରେ ଅଚଳାବସ୍ତା ଯୋଗୁ ଚାଷୀମାନେ ବିଭିନ୍ନ ସମୟରେ ଆନ୍ଦୋଳନ କରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏପରିସ୍ଥିତିରେ ମଙ୍ଗଳବାର କୋକସରା ମଣ୍ଡିର ଚାଷୀମାନେ ଧାନ ଉଠାଣ ଦାବି କରି ଭବାନୀପାଟଣା-ନବରଙ୍ଗପୁର ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରି ଆନ୍ଦୋଳନ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକ ରହି ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥିଲା। ଏନେଇ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। କୋକସରା ପୋଲିସ ଅଧିକାରୀ ବାସୁଦେବ ଛତ୍ରିଆ ଘଟଣାସ୍ଥଳରେ ପହଞ୍ଚତ୍ ଚାଷୀଙ୍କ ସହ ଆଲୋଚନା କରି କଳାହାଣ୍ଡି ଯୋଗାଣ ବିଭାଗ ଅଧିକାରୀଙ୍କ ସହ ମୋବାଇଲ ଫୋନରେ ଯୋଗାଯୋଗ କରିଥିଲେ। ପରେ ଟୋକନ ପାଇଥିବା ଚାଷୀଙ୍କ ଧାନ ତୁରନ୍ତ କିଣାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏପରି କି ପେକ୍ସ ସମ୍ପାଦକ ନିରନ ବାଗ ଚାଷୀଙ୍କୁ ଧାନ କିଣିବା ନେଇ କହିବା ପରେ ଚାଷୀମାନେ ଆନ୍ଦୋଳନରୁ ହଟିଥିଲେ ା
ଅନ୍ୟପକ୍ଷେ ଜାନୁୟାରୀ ୧ତାରିଖରୁ ୩ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପରି କି ଜିଲା ପ୍ରଶାସନ ପକ୍ଷରୁ ମଣ୍ଡିକୁ ଧାନ ନ ଆଣିବାକୁ ଡାକବାଜି ଯନ୍ତ୍ରରେ ଗା ଁଗାଁ ବୁଲି ଚାଷୀମାନଙ୍କୁ ଅବଗତ କରାଯାଉଛି। ହେଲେ ଜିଲାର ମଣ୍ଡିଗୁଡିକରେ ବର୍ତ୍ତମାନ ହଜାର ହଜାର ବସ୍ତା ଧାନ ପଡିରହିଛି। ସେନେଇ ଚାଷୀ ଚିନ୍ତାରେ ପଡିଛନ୍ତି। ପେକ୍ସ କର୍ମଚାରୀଙ୍କ ଓ ମିଲର୍ସଙ୍କ ଦ୍ୱାରା ନିୟୋଜିତ ଏଜେଣ୍ଟମାନେ ବିଭିନ୍ନ ଆଲ ଦେଖାଇ ଚାଷୀଙ୍କୁ ହଇରାଣ ହରକତ କରାଯାଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।
କୋକସରା ପେକ୍ସ ଅଧୀନରେ ମାଝିଗଡ଼ା, ରେଙ୍ଗାଲପାଲି ଓ କୋକସରା ପଞ୍ଚାୟତର ୧୦ଟି ଗ୍ରାମର ପାଖାପାଖି ୨୫୦୦ କୁଇଣ୍ଟାଲ ଧାନ ବିକ୍ରି ନ ହୋଇ ମଣ୍ଡିରେ ପଡି ରହିଥିବା ସୂଚନା ମିଳିଛି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ ତୁରନ୍ତ ଚାଷୀଙ୍କ ସମସ୍ୟା ସମାଧାନ କରିବାକୁ ଚାଷୀମାନେ ଦାବି କରିଛିନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ଜୋର୍‌ଦାର କରାଯିବ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri