ମଣ୍ଡିରୁ ଉଠୁନି ଧାନ: ଚିଠି, ଟୁଇଟର ମାଧ୍ୟମରେ ମନ୍ତ୍ରୀଙ୍କ ଦୃଷ୍ଟିଆକର୍ଷଣ

ଭୁବନେଶ୍ୱର, ୫।୧(ବ୍ୟୁରୋ)- ସାରା ରାଜ୍ୟରେ ଧାନ ସଂଗ୍ରହ ଆରମ୍ଭ ହୋଇଛି। ହେଲେ କେତେକ ସ୍ଥାନରେ ମଣ୍ଡିରୁ ଧାନ ଉଠି ନ ଥିବା ଅଭିଯୋଗ ହୋଇଛି। ଏପରି କି ରାଜଧାନୀ ଭୁବନେଶ୍ୱରସ୍ଥିତ ଶିଶୁପାଳଗଡ଼ ମଣ୍ଡିରୁ ଧାନ ଉଠି ନ ଥିବା ଅଭିଯୋଗ ହୋଇଛି। ଏହି କାରଣରୁ କେତେକ ବ୍ୟକ୍ତି ଟୁଇଟର ଜରିଆରେ ସମବାୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଦୃଷ୍ଟିଆକର୍ଷଣ କରିଛନ୍ତି। ଅନୁରୂପଭାବେ ପୁରୀ ଜିଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଗଡକାଳୁପଡା ସୋସାଇଟିରୁ ଏ ପର୍ଯ୍ୟନ୍ତ ଧାନ ଉଠୁ ନ ଥିବା ଅଭିଯୋଗ ହୋଇଛି। ଏହି ସୋସାଇଟିରେ ପଞ୍ଜୀକୃତ ହୋଇଥିବା ୨୦୪ ଜଣ ଚାଷୀ ଧାନ ଉଠୁ ନ ଥିବାରୁ ପ୍ରଭାବିତ ହୋଇଛନ୍ତି। ଶିଶୁପାଳଗଡ ମଣ୍ଡିରୁ ଧାନ ନ ଉଠିବା ନେଇ ମନୋଜ କୁମାର ତ୍ରିପାଠୀ ନାମକ ଜଣେ ବ୍ୟକ୍ତି ଟୁଇଟର ମାଧ୍ୟମରେ ମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ସେହିପରି ଡେଲାଙ୍ଗବାସିନ୍ଦା ତଥା ଚାଷୀ ପ୍ରତାପ ସ୍ବାଇଁ, ମହେନ୍ଦ୍ର ଖଟେଇ , ପ୍ରମୋଦ ଆଚାର୍ଯ୍ୟ, ଧୋଇଆ ସ୍ବାଇଁ ଏବଂ ଜଗନ୍ନାଥ ମାଣ୍ଡିଆ ପ୍ରମୁଖ ଚିଠି ଲେଖି ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଚାଷୀମାନଙ୍କ ଅଭିଯୋଗ ଅନୁଯାୟୀ ଟୋକନ୍‌ ବ୍ୟବସ୍ଥା ପୂର୍ବପେକ୍ଷା ସ୍ବଚ୍ଛତା ଆଣିଛି। ହେଲେ ତୃଣମୂଳର କେତେକ ଅଧିକାରୀଙ୍କ ଖାମଖିଆଲ ନୀତି ଯୋଗୁ ଏପରି ଅସୁବିଧା ହୋଇଛି। ଏହି ପ୍ରସଙ୍ଗରେ ଯୋଗାଣ ମୁଖ୍ୟାଳୟ ଅଧିକାରୀ ନେତ୍ରମଣି ପଣ୍ଡା କହିଛନ୍ତି ଯେ, ଏହି ୨ ଅଞ୍ଚଳରେ ଧାନ କ’ଣ ପାଇଁ ଉଠାଯାଇନାହିଁ, ସେ ସମ୍ପର୍କରେ ସ୍ଥାନୀୟ ଅଧିକାରୀଙ୍କଠାରୁ ରିପୋର୍ଟ ସଂଗ୍ରହ କରାଯାଇ ବିହିତ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri