ମଣ୍ଡିରେ ଅବ୍ୟବସ୍ଥା: ବର୍ଷା ଆଶଙ୍କା ସତ୍ତ୍ୱେ ଧାନ ଉଠାଉ ନାହାନ୍ତି ମିଲର

କୋରୁକୋଣ୍ଡା,୩।୧(ଡି.ଏନ୍‌.ଏ.) – ବର୍ଷାକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ମାଲକାନଗିରି ଜିଲାର ସମସ୍ତ ମଣ୍ଡି ଆଗାମୀ ୫ ତାରିଖ ପର୍ଯ୍ୟନ୍ତ ବନ୍ଦ କରାଯାଇଛି। କିନ୍ତୁ ପୂର୍ବରୁ ମଣ୍ଡିରେ ପଡିଥିବା ଧାନକୁ ଏଯାଏ ମିଲରମାନେ ଉଠାଉ ନ ଥିବା ଅଭିଯୋଗ ହୋଇଛି। ମାଲକାନଗିରି ଜିଲା କୋରୁକୋଣ୍ଡା ଲ୍ୟାମ୍ପ୍‌ସ ଅଧୀନରେ ଥିବା ୧୨ଟି ମଣ୍ଡିରୁ ୧୦ରୁ ଧାନ ଏବେ ଉଠିନି। କୋରୁକୋଣ୍ଡା ମଣ୍ଡିରେ ୭୪୩୪, କାମଓ୍ବାଡାରେ ୫୧୮୯, ପିଟାକଟାରେ ୩୪୩୩, ନିଲାକାମ୍ବେରୁରେ ୮୮୩୯, ମାରିଓ୍ବାଡାରେ ୩୯୩୭, ପୋଟ୍ରୋଲରେ ୫୩୩୪, ତାରଲାକୋଟାରେ ୪୭୯୧, ଡୁପମେଟାରେ ୪୯୯୯ ଓ ତିମଟାପଲ୍ଲୀରେ ୪୫୦ ଧାନ ବସ୍ତା ଏବେ ସୁଦ୍ଧା ପଡି ରହିଛି। ବର୍ଷା ସମ୍ଭାବନା ସତ୍ତ୍ୱେ ଧାନ ଘୋଡାଇବା ନିମନ୍ତେ ଆବଶ୍ୟକ ପାଲ ନ ଥିବା ଚାଷୀ ଅଭିଯୋଗ କରିଛନ୍ତି। କିଛି ଚାଷୀ ନିଜସ୍ବ ପାଲ ଆଣି ଧାନ ଘୋଡାଉଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଏହାଛଡ଼ା ମିଲର ଧାନ ଉଠାଉ ନ ଥିବାରୁ ମଣ୍ଡିରୁ ଚୋରି ହେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଏ ନେଇ ବ୍ଲକ ଯୋଗାଣ ଅଧିକାରୀ ବମ୍‌କେଶ ମାଝିଙ୍କୁ ଯୋଗାଯୋଗ କରିବାରୁ ମିଲରମାନଙ୍କ ଟାର୍ଗେଟ ପୂରା ହୋଇ ସାରିଛି। ଖୁବ୍‌ଶୀଘ୍ର ଏହାର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri