ମଣ୍ଡିରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ୍‌/ସରଣ୍ଡା,୨।୬
ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଥିବାବେଳେ କେତେକ ମଣ୍ଡିରେ ଚାଷୀଙ୍କୁ ବହୁ ହଇରାଣ ହରକତ ହେବାକୁ ପଡ଼ୁଛି । ମଣ୍ଡିରେ ପଡ଼ି ରହିଥିବା ଧାନକୁ ଦୀର୍ଘଦିନ ଧରି ମିଲର୍ସ ଉଠାଉ ନଥିବା ଯୋଗୁ ଚାଷୀମାନେ ହଟହଟାର ସମ୍ମୁଖୀନ ହେଉଛନ୍ତି । ଅନ୍ୟପଟେ ବର୍ଷା ଆଶଙ୍କା ଦେଖାଯାଉ ଥିବା ଯୋଗୁ ତୁରନ୍ତ ଧାନ ଉଠା ନଗଲେ ତାହା କ୍ଷତିଗ୍ରସ୍ତ ହେବାର ଆଶଙ୍କା ଦେଖାଯାଇଛି । ତେବେ ଅତାବିରା ନିୟନ୍ତ୍ରୀତ ବଜାର କମିଟି (ଆରଏମସି) ଅଧୀନ ଗୌଡ଼ଟିକ୍ରା ମଣ୍ଡିରେ ଧାନ କିଣାବିକା ଏଭଳି ଅବ୍ୟବସ୍ଥିତ ହୋଇ ପଡ଼ିଥିବା ଯୋଗୁ ଅଞ୍ଚଳର ଚାଷୀମାନେ ସୋମବାର ଏହାର ପ୍ରତିବାଦ କରିଛନ୍ତି । ପୂର୍ବତନ ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କ ନେତୃତ୍ୱରେ ଚାଷୀମାନେ ମଣ୍ଡିରେ ତାଲା ପକାଇ ଦେଇଛନ୍ତି । ଏହା ସହିତ ସେମାନେ ଧାରଣାରେ ବସିଛନ୍ତି । ଖବର ଲେଖାହେବା ସୁଦ୍ଧା (ରାତ୍ରି ସାଢ଼େ ୭ଟା) ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri