ମଣ୍ଡିରେ ଧାନ କ୍ରୟରେ ଅନିୟମିତତା

ମାର୍ଶାଘାଇ,୩।୩ (ଡି.ଏନ୍‌.ଏ.): ଚାଷୀଙ୍କୁ ଉପଯୁକ୍ତ ମୂଲ୍ୟ ଦେଇ ସେମାନଙ୍କଠାରୁ ଧାନ କ୍ରୟ କରିବା ପାଇଁ ବିଭିନ୍ନ ସମବାୟ ସମିତିରେ ମଣ୍ଡି ଖୋଲାଯାଇଛି। ଚାଷୀମାନେ କିପରି ସୁବିଧା, ସହଜ ଓ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଧାନ ଦେଇପାରିବେ ଓ ଅଭାବୀ ବିକ୍ରିର ସମ୍ମୁଖୀନ ହେବେ ନାହିଁ, ସେ ଦିଗରେ ସରକାରଙ୍କ ପକ୍ଷରୁ ବିଭିନ୍ନ ନିୟମ ଲାଗୁ ହୋଇଛି। ହେଲେ କେତେକ ମଣ୍ଡିରେ ଚାଷୀମାନେ ଧାନ ବିକ୍ରି କରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଆଉ କେତେକ ମଣ୍ଡିରେ ମିଲର ଧାନ ନ ନେବା ଯୋଗୁ ମଣ୍ଡି ବାହାରେ ଧାନ ବସ୍ତା ପଡ଼ି ରହୁଥିବା ଦେଖାଯାଉଛି।
ମାର୍ଶାଘାଇ ସମବାୟ ସେବା ସମିତିରେ ମିଲର ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ ନ କିଣି ଅନ୍ୟ ଚାଷୀଙ୍କଠାରୁ ଧାନ କ୍ରୟ କରୁଛନ୍ତି। ମଣ୍ଡିରେ ଧାନ ଦେବା ପାଇଁ ନାମ ପଞ୍ଜୀକରଣ ବାଧ୍ୟତାମୂଳକ ହୋଇଥିଲେ ହେଁ ନାମ ପଞ୍ଜୀକୃତ ନ କରାଇ ଚାଷୀମାନେ କିପରି ଧାନ ଦେଇ ପାରୁଛନ୍ତି, ସେ ନେଇ ଶିଳିପୁର ପଞ୍ଚାୟତର କେତେଜଣ ଚାଷୀ ସୋମବାର ବିଡିଓଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଅଣପଞ୍ଜୀକୃତ ଚାଷୀମାନେ କୁଇଣ୍ଟାଲ କୁଇଣ୍ଟାଲ ଧାନ ବିକ୍ରି କରୁଥିବା ବେଳେ ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ କ୍ରୟ କରା ନଯିବା ନେଇ ଚାଷୀମାନେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତୁରନ୍ତ ଏହି ସମସ୍ୟାର ସମାଧାନ କରା ନ ଗଲେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଗୌରାଙ୍ଗ ଯେନା, ବ୍ୟବମନ୍ୟୁ ବେଉରା ପ୍ରମୁଖ ଚାଷୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri