ମଣ୍ଡିରେ ଧାନ କ୍ରୟରେ ଅନିୟମିତତା

ମାର୍ଶାଘାଇ,୩।୩ (ଡି.ଏନ୍‌.ଏ.): ଚାଷୀଙ୍କୁ ଉପଯୁକ୍ତ ମୂଲ୍ୟ ଦେଇ ସେମାନଙ୍କଠାରୁ ଧାନ କ୍ରୟ କରିବା ପାଇଁ ବିଭିନ୍ନ ସମବାୟ ସମିତିରେ ମଣ୍ଡି ଖୋଲାଯାଇଛି। ଚାଷୀମାନେ କିପରି ସୁବିଧା, ସହଜ ଓ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଧାନ ଦେଇପାରିବେ ଓ ଅଭାବୀ ବିକ୍ରିର ସମ୍ମୁଖୀନ ହେବେ ନାହିଁ, ସେ ଦିଗରେ ସରକାରଙ୍କ ପକ୍ଷରୁ ବିଭିନ୍ନ ନିୟମ ଲାଗୁ ହୋଇଛି। ହେଲେ କେତେକ ମଣ୍ଡିରେ ଚାଷୀମାନେ ଧାନ ବିକ୍ରି କରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଆଉ କେତେକ ମଣ୍ଡିରେ ମିଲର ଧାନ ନ ନେବା ଯୋଗୁ ମଣ୍ଡି ବାହାରେ ଧାନ ବସ୍ତା ପଡ଼ି ରହୁଥିବା ଦେଖାଯାଉଛି।
ମାର୍ଶାଘାଇ ସମବାୟ ସେବା ସମିତିରେ ମିଲର ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ ନ କିଣି ଅନ୍ୟ ଚାଷୀଙ୍କଠାରୁ ଧାନ କ୍ରୟ କରୁଛନ୍ତି। ମଣ୍ଡିରେ ଧାନ ଦେବା ପାଇଁ ନାମ ପଞ୍ଜୀକରଣ ବାଧ୍ୟତାମୂଳକ ହୋଇଥିଲେ ହେଁ ନାମ ପଞ୍ଜୀକୃତ ନ କରାଇ ଚାଷୀମାନେ କିପରି ଧାନ ଦେଇ ପାରୁଛନ୍ତି, ସେ ନେଇ ଶିଳିପୁର ପଞ୍ଚାୟତର କେତେଜଣ ଚାଷୀ ସୋମବାର ବିଡିଓଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଅଣପଞ୍ଜୀକୃତ ଚାଷୀମାନେ କୁଇଣ୍ଟାଲ କୁଇଣ୍ଟାଲ ଧାନ ବିକ୍ରି କରୁଥିବା ବେଳେ ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ କ୍ରୟ କରା ନଯିବା ନେଇ ଚାଷୀମାନେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତୁରନ୍ତ ଏହି ସମସ୍ୟାର ସମାଧାନ କରା ନ ଗଲେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଗୌରାଙ୍ଗ ଯେନା, ବ୍ୟବମନ୍ୟୁ ବେଉରା ପ୍ରମୁଖ ଚାଷୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri