ମଣ୍ଡିରେ ଧାନ, ଚିନ୍ତାରେ ଚାଷୀ

ସୋନପୁର, ୩୦।୬(ନି.ପ୍ର.)ସୁବର୍ଣ୍ଣପୁର ଜିଲାର ବିଭିନ୍ନ ମଣ୍ଡିରେ ଚାଷୀଙ୍କ ଧାନ ପଡି ରହିଛି। ମିଲର୍ସମାନେ ଧାନ ଉଠାଉ ନାହାନ୍ତି। ଜିଲାର ଉଲୁଣ୍ଡା ବ୍ଲକର ଯାଲୋଏ, ଡୁଙ୍ଗୁରିପାଲି ବ୍ଲକର ଇଛାପୁର, ମାୟାବାର୍ହା, ସହଲା ଓ ବେହେରାମାଲ ମଣ୍ଡିରେ ହଜାର ହଜାର ଧାନ ବସ୍ତା ଖୋଲା ଆକାଶ ତଳେ ପଡିରହିଛି। ବର୍ଷାରେ ଧାନ ଭିଜିଥିବା ସହଲା ଓ ଯାଲୋଏ ଅଞ୍ଚଳର ଚାଷୀ ଅଭିଯୋଗ କରିଛନ୍ତି। କେତେକ ସ୍ଥାନରେ ଟାର୍ଗେଟ୍‌ ନଥିବା କହି ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ) ଚାଷୀଙ୍କୁ ଧାନ ବିକ୍ରି ପାଇଁ ଟୋକନ ଇସ୍ୟୁ କରୁନାହାନ୍ତି। ମଣ୍ଡିକୁ ନ ଆସି ବ୍ୟବସାୟୀଙ୍କ ଧାନ ସିଧାସଳଖ ମିଲ୍‌କୁ ଯାଉଛି। ପ୍ୟାକ୍ସ ସମ୍ପାଦକ, ବ୍ୟବସାୟୀ ଓ ମିଲର୍ସ ମୁନାଫା କମାଉଛନ୍ତି। ୩୦ ତାରିଖଠାରୁ ସୁବର୍ଣ୍ଣପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବହୁ ପରିଶ୍ରମ କରି ଫସଲ ଅମଳ କରିଥିବା ଚାଷୀ ଧାନ ବିକ୍ରି ପାଇଁ ଏବେ ଚିନ୍ତାରେ ପଡିଛନ୍ତି। ରାଜ୍ୟ ସରକାର ଜୁନ୍‌ ୩୦ ତାରିଖ ରାତି ୮ଟା ପର୍ଯ୍ୟନ୍ତ ଚାଷୀଙ୍କ ବଳକା ଧାନ କିଣିବେ। ଏ ସମ୍ପର୍କିତ ଚିଠି ପ୍ରଶାସନ ନିକଟରେ ପହଞ୍ଚତ୍ଛି। ତେଣୁ ଟାର୍ଗେଟ୍‌ ଥିଲେ ମଧ୍ୟ ଜିଲା ପ୍ରଶାସନ ଆଉ ଧାନ କିଣିପାରିବ ନାହିଁ। ଯାଲୋଏ ଅଞ୍ଚଳର ବହୁ ଚାଷୀଙ୍କ ଧାନ ଖୋଲା ଆକାଶ ତଳେ ଥିବାରୁ ତାହା ଗୋଟିଏ ଦିନରେ କିଭଳି କିଣାଯିବ ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ସଦୃଶ ହୋଇଛି। ମେ ୧୫ତାରିଖରୁ ଜିଲାରେ ଆରମ୍ଭ ହୋଇଥିଲା ଧାନକିଣା। ଚଳିତ ରବି ଋତୁରେ ସରକାର ଏହି ଜିଲାରୁ ୨୭ ଲକ୍ଷ କୁଇଣ୍ଟାଲ୍‌ ଧାନ କିଣିବାକୁ ଲକ୍ଷ୍ୟ ରଖିଥିଲେ। କିନ୍ତୁ ପରେ ହ୍ରାସ କରି ୨୩ ଲକ୍ଷ ୮୨ ହଜାର କୁଇଣ୍ଟାଲ ଧାନ କିଣିବା ପାଇଁ ଟାର୍ଗେଟ୍‌ ଦେଇଥିଲେ। ଫଳରେ ଚାଷୀଙ୍କ ବଳକା ଧାନ ବିକ୍ରି ନ ହୋଇ ରହିଯାଇଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଜିଲାରେ ୨୨ଲକ୍ଷ ୯୩ ହଜାର କୁଇଣ୍ଟାଲ ଧାନ କିଣାଯାଇଛି। ୪୮ଟି ପ୍ୟାକ୍ସ ଜରିଆରେ ଚାଷୀଙ୍କଠାରୁ ଧାନ କିଣାଯାଇଥିଲା। କେତେକ ପ୍ୟାକ୍ସ ବିଳମ୍ବରେ ଧାନ କିଣିବାରୁ ଏହି ପ୍ରକ୍ରିୟା ଧିମେଇ ଯାଇଥିଲା। ଜିଲାର ୪୧ଟି ମିଲର୍ସ ଓ ସମ୍ବଲପୁର ଜିଲାର ୭ଟି ମିଲର୍ସ ଚଳିତ ଧାନ ସଂଗ୍ରହ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି। ସରକାର ସାଧାରଣ ଧାନ କୁଇଣ୍ଟାଲ ପ୍ରତି ୧୭୫୦ଟଙ୍କା ଧାର୍ଯ୍ୟ କରିଥିବା ବେଳେ ମିଲର୍ସମାନେ ଧାନର ମାନ ଠିକ୍‌ ନଥିବା କହି କଟନି ଛଟନି କରିବାରୁ ଚାଷୀ କ୍ଷତି ସହିଛନ୍ତି। ଏ ସମ୍ପର୍କରେ ଜିଲା ଯୋଗାଣ ଅଧିକାରୀ ବିବେକାନନ୍ଦ କୋରକରା କୁହନ୍ତି ମଣ୍ଡିରୁ ଧାନ ଉଠାଇବା ପାଇଁ ଗାଡି ପଠାଯାଇଛି। ରବିବାର ଅଧିକ ଗାଡି ପଠାଯାଇ ମଣ୍ଡିରେ ଥିବା ଚାଷୀଙ୍କ ଧାନ କିଣାଯିବା ପାଇଁ ଚେଷ୍ଟା କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri