ମଣ୍ଡିରେ ଧାନ ବିକିପାରୁ ନାହାନ୍ତି ଚାଷୀ: ସମିତି କାର୍ଯ୍ୟାଳୟରେ ତାଲା ପକାଇଲେ

ଖଣ୍ଡପଡ଼ା,୧୭ା୧(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅଞ୍ଚଳର ଜଣେ ଚାଷୀ ଟୋକନ୍‌ ପାଇ ନ ଥିବାରୁ ମଣ୍ଡିରେ ଧାନ ବିକିପାରୁ ନାହାନ୍ତି। ଏହାର ସମାଧାନ ଦାବିରେ ଗୁରୁବାର ସେ ବିଭାଗୀୟ ଅଧିକାରୀଙ୍କୁ ଜଣାଇ ସମିତି କାର୍ଯ୍ୟାଳୟରେ ତାଲା ପକାଇଥିଲେ। ରାଜ୍ୟ ସରକାର ସେବା ସମବାୟ ସମିତି ଜରିଆରେ ଧାନମଣ୍ଡି ଖୋଲି ଚାଷୀଙ୍କଠାରୁ ଉଚିତ ମୂଲ୍ୟରେ ଧାନକ୍ରୟ କରିବା ବ୍ୟବସ୍ଥା କରିଛନ୍ତି ା ଧାନ ବିକ୍ରି ନିମନ୍ତେ ଚାଷୀମାନଙ୍କ ନାମ ପଞ୍ଜୀକରଣ କରାଯାଇ ଟୋକନ ଦେବା ସୁବିଧା ମଧ୍ୟ କରାଯାଇଛି। ମଣ୍ଡିରେ ଟୋକନ ଦେଖାଇ ଚାଷୀମାନେ ଧାନ ବିକ୍ରି କରିପାରିବେ। ଖଣ୍ଡପଡା ବ୍ଲକ କୋସକା ସେବା ସମବାୟ ସମିତିରେ ନାମ ପଞ୍ଜୀକରଣ କରିଥିବା କୋସକା ଗ୍ରାମର ଚାଷୀ ଅରୁଣ କୁମାର ମହାନ୍ତିଙ୍କୁ ଅଦ୍ୟାବଧି ଟୋକନ ମିଳି ନ ଥିବାରୁ ସେ ମଣ୍ଡିରେ ଧାନ ବିକ୍ରି କରିପାରୁ ନାହାନ୍ତି। ଏ ନେଇ ସେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ସୁଫଳ ପାଇ ନ ଥିଲେ। ଶେଷରେ ଗୁରୁବାର କୋସକା ସେବା ସମବାୟ ସମିତି କାର୍ଯ୍ୟାଳୟରେ ତାଲା ଝୁଲାଇବାକୁ ବାଧ୍ୟ ହୋଇଥିବା ସେ ପ୍ରକାଶ କରିଛନ୍ତି। ଏଥିଯୋଗୁ ସେବା ସମବାୟ ସମିତି କାର୍ଯ୍ୟାଳୟରେ ଅଚଳାବସ୍ଥା ଦେଖାଦେବା ସହ ମିଲର କର୍ତ୍ତୃପକ୍ଷ ସ୍ଥାନୀୟ ଅଞ୍ଚଳର ଚାଷୀଙ୍କଠାରୁ ଧାନ କ୍ରୟ କରିପାରି ନ ଥିଲେ ା ଏ ସମ୍ପର୍କରେ ସେବା ସମବାୟ ସମିତି କର୍ତ୍ତୃପକ୍ଷ କୋସକା ପୋଲିସ ଫାଣ୍ଡି ଓ ଖଣ୍ଡପଡା ଥାନାର ଦୃଷ୍ଟି ଆକର୍ଷଣ କରିଥିଲେ ା ଦୀର୍ଘ ୩ଘଣ୍ଟା ପରେ ପୋଲିସ ଘଟଣାରେ ହସ୍ତକ୍ଷେପ କରିବାରୁ ପରିସ୍ଥିତି ଶାନ୍ତ ପଡିଥିଲା ା ସେବା ସମବାୟ କର୍ତ୍ତୃପକ୍ଷ ଖୁବ୍‌ଶୀଘ୍ର ଉକ୍ତ ଚାଷୀଙ୍କଠାରୁ ଧାନ କ୍ରୟ କରିବେ ବୋଲି ପ୍ରତିଶ୍ରୁତି ଦେବା ପରେ ସମିତି କାର୍ଯ୍ୟାଳୟର ତାଲା ଖୋଲାଯାଇଥିବା ପ୍ରଶାସନ ସୂତ୍ରରୁ ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri