ମତ୍ସ୍ୟଜୀବୀଙ୍କୁ ସତର୍କ କରାଗଲା

ପୁରୀ ଅଫିସ, ୯ା୧୧: ଫନୀର ତାଣ୍ଡବକୁ ସମ୍ପୂର୍ଣ୍ଣ ଭାବେ ଭୁଲି ପାରି ନ ଥିବା ପୁରୀବାସୀ ବାତ୍ୟା ବୁଲ୍‌ବୁଲ୍‌କୁ ନେଇ ବେଶ୍‌ ଚିନ୍ତିତ ହୋଇପଡିଛନ୍ତି। ଯଦିଓ ବୁଲ୍‌ବୁଲ୍‌ ଓଡ଼ିଶାକୁ ଛୁଇଁବ ନାହିଁ କିନ୍ତୁ ଏହାର ପ୍ରଭାବ ଓଡ଼ିଶା ଉପରେ ପଡିବ। ବିଶେଷକରି ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ଶୁକ୍ରବାର ସକାଳୁ ଏହାର ପ୍ରଭାବ ଦେଖିବାକୁ ମିଳିଛି। ପୁରୀରେ ମଧ୍ୟ ପାଗରେ ପରିବର୍ତ୍ତନ ଆସିଛି। ସକାଳୁ କୋହଲା ପବନ ସାଙ୍ଗକୁ ଆକାଶ ମେଘୁଆ ରହିଥିଲା। ମଧ୍ୟାହ୍ନ ପ୍ରାୟ ୧୨ଟାରୁ ଆରମ୍ଭ ହୋଇଥିଲା ଝିପି ଝିପି ବର୍ଷା। ଏହାକୁ ନେଇ ଜନସାଧାରଣଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନ ମଧ୍ୟ ସତର୍କ ହୋଇପଡିଛି। ପୂର୍ବାହ୍ନରେ ଜିଲାପାଳ ବଲୱନ୍ତ ସିଂ ପୁରୀ ସହରର ପେଣ୍ଠକଟା ବସ୍ତି ଅଞ୍ଚଳ ବୁଲି ସ୍ଥିତି ପରଖିଛନ୍ତି। ଅନ୍ୟପକ୍ଷରେ ମତ୍ସ୍ୟ ବିଭାଗ ପକ୍ଷରୁ ମଧ୍ୟ ପେଣ୍ଠକଟାର ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।
ସମୁଦ୍ର କୂଳରେ ରହିଛି ପେଣ୍ଠକଟା ବସ୍ତି। ଏଠାରେ ପ୍ରାୟ ୧୦ ହଜାର ମତ୍ସ୍ୟଜୀବୀ ପରିବାର ରହୁଛନ୍ତି। ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ସମୁଦ୍ରରେ ଉଚ୍ଚ ଜୁଆର ଉଠିବା ସମ୍ଭାବନା ରହିଥିବାରୁ ଜିଲା ମତ୍ସ୍ୟ ବିଭାଗ ପକ୍ଷରୁ ସେମାନଙ୍କୁ ସତର୍କ କରାଇ ଦିଆଯାଇଛି। ଡାକବାଜି ଯନ୍ତ୍ର ଯୋଗେ ଡଙ୍ଗାଗୁଡ଼ିକୁ ଉପରକୁ ଉଠାଇ ଆଣି ନିରାପଦ ଭାବେ ବାନ୍ଧି ରଖିବା ଲାଗି କୁହାଯାଇଛି। ଫଳରେ ମତ୍ସ୍ୟଜୀବୀମାନେ ହଜାର ହଜାର ଡଙ୍ଗାକୁ ବେଳାଭୂମି ଉପରକୁ ଉଠାଇ ଆଣିଛନ୍ତି। ସେପଟେ ସମୁଦ୍ର ବି ମଧ୍ୟ ଅଶାନ୍ତ ରହିଛି। ସହକାରୀ ମତ୍ସ୍ୟ ଅଧିକାରୀ ପ୍ରକାଶ ତ୍ରିପାଠୀ ମଧ୍ୟ ପେଣ୍ଠକଟାକୁ ଯାଇ ସମସ୍ତ ମତ୍ସ୍ୟଜୀବୀଙ୍କୁ ସତର୍କ କରିଛନ୍ତି। ଜଣେ ହେଲେ ବି ମତ୍ସ୍ୟଜୀବୀ ଯେପରି ସମୁଦ୍ରକୁ ନ ଯାନ୍ତି ସେଥିଲାଗି ପରାମର୍ଶ ଦେଇଛନ୍ତି। ଗୁରୁବାର ସନ୍ଧ୍ୟା ସୁଦ୍ଧା ସମସ୍ତ ମତ୍ସ୍ୟଜୀବୀ ସମୁଦ୍ରରୁ ପଳାଇ ଆସିଛନ୍ତି। ଅନ୍ୟପକ୍ଷରେ ଶୁକ୍ରବାର ପୂର୍ବାହ୍ନରେ ଜିଲାପାଳ ପେଣ୍ଠକଟା ଅଞ୍ଚଳ ପରିଦର୍ଶନ କରି ସ୍ଥିତି ପରଖିବା ସହ ଲୋକମାନଙ୍କୁ ପଚାରି ବୁଝୁଛନ୍ତି। ଯଦି ଆବଶ୍ୟକ ପଡେ ଏଠାକାର ଲୋକମାନଙ୍କୁ ସ୍ଥାନାନ୍ତର କରାଯିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri