ମତ୍ସ୍ୟଜେଟି ମୁହାଣ ଖନନ ଦାବିରେ ମତ୍ସ୍ୟଜୀବୀଙ୍କ ଆନ୍ଦୋଳନ

ଛତ୍ରପୁର,୨୭।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପରିସରରେ ଥିବା ମତ୍ସ୍ୟଜେଟିର ମୁହାଣ ଖନନ ଦାବିରେ ଶନିବାର ମତ୍ସ୍ୟଜୀବୀଙ୍କ ପକ୍ଷରୁ ଧାରଣା ଦିଆଯିବା ସହ ଆନ୍ଦୋଳନ ଆରମ୍ଭ ହୋଇଛି। ଗୋପାଳପୁର ପୋର୍ଟ ପରିସରରେ ଥିବା ଫିସେରି ଜେଟି ମୁହାଣ ବାଲି ଦ୍ୱାରା ପୋତି ହୋଇଯାଇଛି। ଫଳରେ ସ୍ଥାନୀୟ ଅଞ୍ଚଳର ମତ୍ସ୍ୟଜୀବୀମାନଙ୍କର ଡଙ୍ଗାଗୁଡ଼ିକ ସମୁଦ୍ରକୁ ଯିବା ଆସିବାରେ ବହୁ ଅସୁବିଧା ହେଉଛି। ଡଙ୍ଗାଗୁଡିକ ପଥର ଉପରେ ବାଡେଇ ହୋଇ ଭାଙ୍ଗିଯିବା ସହ ଜାଲ ଓ ଇଂଜିନ୍‌ଗୁଡିକ ନଷ୍ଟ ହେଉଥିବା ମତ୍ସ୍ୟଜୀବୀମାନେ ଅଭିଯୋଗ କରିଛନ୍ତି ା ଏନେଇ ବାରମ୍ବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ହେଁ କୌଣସି ସୁଫଳ ମିଳୁ ନ ଥିବା ମତ୍ସ୍ୟଜୀବୀ କହିଛନ୍ତି।
ଚଳିତ ମାସ ୧୮ ତାରିଖରେ ଏହି ସମସ୍ୟାର ସମାଧାନ ପାଇଁ ଜିଲାପାଳଙ୍କୁ ଲିଖିତ ଭାବେ ସାନଆର୍ଯ୍ୟପଲ୍ଲୀସ୍ଥିତ ଶ୍ରୀ ମୁତ୍ୟାଲୁପୋଲାମ୍ମା ଗ୍ରାମ୍ୟ କମିଟି ପକ୍ଷରୁ ଅବଗତ କରାଯାଇଥିଲା। ୭ ଦିନ ମଧ୍ୟରେ ଏହାର ସମାଧାନ ନ ହେଲେ ମତ୍ସ୍ୟଜୀବୀମାନଙ୍କ ପକ୍ଷରୁ ଗଣଆନ୍ଦୋଳନ କରାଯିବ ବୋଲି ଲିଖିତ ଅଭିଯୋଗ ମାଧ୍ୟମରେ ଜଣାଇ ଦିଆଯାଇଥିଲା। ତେବେ ସମସ୍ୟା ସମାଧାନ ନ ହେବାରୁ ଶନିବାର ପୋର୍ଟ ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦେଇ ମତ୍ସ୍ୟଜୀବୀମାନେ ଆନ୍ଦୋଳନ କରିଛନ୍ତି। ଏଥିରେ ବି ଭୀମସେନ୍‌, କମିଟିର ସଭାପତି ଏନ୍‌. ନାନେୟା, ବିଜେଡି ନେତା ଏମ୍‌. ଦିଲୀପ, ସମ୍ପାଦକ ଏମ୍‌. ଏରେୟା, ପି. ଏରେୟା, ବି. ଲାଛେୟା, କୋଷାଧ୍ୟକ୍ଷ ପି. ତାତେୟାଙ୍କ ସମେତ ବହୁ ମତ୍ସ୍ୟଜୀବୀ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri