ମତ୍ସ୍ୟ ଯାଅଁ।ଳ ବିକ୍ରି ଆରମ୍ଭ:ମାଛ ଚାଷ ପାଇଁ ଏସ୍‌ଏଚ୍‌ଜିକୁ ପ୍ରୋତ୍ସାହନ ମିଳିବ

ଭଞ୍ଜନଗର,୨୫।୭(ଡି.ଏନ୍‌.ଏ.)-ଭଞ୍ଜନଗର ସରକାରୀ ମସତ୍‌ୟ ଯାଅଁ।ଳ ଉପତ୍ାଦନ କେନ୍ଦ୍ରରୁ ଚଳିତ ବର୍ଷ ପାଇଁ ବୁଧବାର ଠାରୁ ବିଭିନ୍ନ କିସମର ଯାଅଁ।ଳ ବିକ୍ରି ଆରମ୍ଭ ହୋଇଛି। ଆସିକା କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ବୀରେନ୍ଦ୍ର କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯାଅଁ।ଳ ବିକ୍ରିର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଜଣେ ମଣିଷକୁ ଆବଶ୍ୟକ ଖାଦ୍ୟସାର ପୂରଣ ପାଇଁ ମାଛ ଖାଇବା ଦରକାର। ରାଜ୍ୟରେ ମାଛର ଚାହିଦା ବଢ଼ୁଛି, ତେଣୁ ରାଜ୍ୟ ସରକାର ମତ୍ସ୍ୟ ଚାଷୀଙ୍କ ବିକାଶ ପାଇଁ ପଦକ୍ଷେପ ନେଇଛନ୍ତି। ଇତିମଧ୍ୟରେ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ମାଛଚାଷ ପାଇଁ ପ୍ରୋତ୍ସାହନ ଦିଆଯାଉଛି। ପଞ୍ଚାୟତ ପୋଖରୀ ନିଲାମରେ ଏସ୍‌ଏଚ୍‌ଜିକୁ ଗୁରୁତ୍ୱ ଦିଆଯାଉଛି। ମାଛଚାଷ ପାଇଁ ସମବାୟ ବ୍ୟାଙ୍କ ପକ୍ଷରୁ ମଧ୍ୟ ଋଣ ଦିଆଯାଉଛି। ଏହାର ସୁଫଳ ଏସ୍‌ଏଚଜି ଏବଂ ଅନ୍ୟ ଚାଷୀମାନେ ଉଠାଇବାକୁ ଆରୁଖ କହିଥିଲେ। ଯାଅଁାଳ ଉପତ୍ାଦନ କେନ୍ଦ୍ର ସରିଫ୍‌ ଅହମ୍ମଦ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ସହକାରୀ ମସତ୍‌ୟ ଅଧିକାରୀ ସୁଧାଂଶୁ ଶେଖର ସାହୁ, ବଡ଼କୋଦଣ୍ଡା ସେବା ସମବାୟ ସଭାପତି ସଚ୍ଚି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଚଳିତ ବର୍ଷ ଭଞ୍ଜନଗର ଯାଅଁାଳ କେନ୍ଦ୍ର ପକ୍ଷରୁ ୩ କୋଟି ୬୦ ଲକ୍ଷ ଯାଅଁାଳ ବିକ୍ରି ଯୋଜନା ଅଛି। କିନ୍ତୁ ପାଣିପାଗ ଠିକ୍‌ ନଥିବା ଯୋଗୁ ଯାଅଁାଳ ବିକ୍ରି ଲକ୍ଷ୍ୟ ପୂରଣ ନେଇ ବିଭାଗୀୟ ଅଧିକାରୀମାନେ ସନ୍ଦେହରେ ଅଛନ୍ତି। ପ୍ରଥମ ଦିବସରେ ପ୍ରାୟ ୩ଲକ୍ଷ ଯାଅଁାଳ ବିକ୍ରି ହୋଇଛି। ମିକ୍ସର ଯାଅଁାଳ ହଜାରେ ପିଛା ୧୮୫ ଟଙ୍କା ଓ ଭାକୁର ହଜାରେ ପିଛା ୨୫୫ ଟଙ୍କା ଦରରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri