ମଦକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଲେ ମହିଳା

ଆନନ୍ଦପୁର, ୧।୪ (ସ୍ବ.ପ୍ର.)-କରୋନା କଟକଣା ବେଳେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କଣ୍ଟିପାଳ ପଞ୍ଚାୟତ ବିରିଡିହା ଗ୍ରାମରେ ଅବାଧ ମଦ କାରବାର ଚାଲିଥିବା ଅଭିଯୋଗ ହୋଇଛି। ଏହାକୁ ବିରୋଧ କରି ସ୍ବୟଂ ସହାୟକ ମହିଳା ମଣ୍ଡଳର ସଭ୍ୟାମାନେ ସୋମବାର ରାତିଠାରୁ ମଙ୍ଗଳବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଆନ୍ଦୋଳାନାତ୍ମକ ପନ୍ଥା ଗ୍ରହଣ କରିଛନ୍ତି। ଗ୍ରାମକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ମହିଳାମାନେ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି।
କରୋନା ପାଇଁ ଜିଲାରେ ଲକ୍‌ ଡାଉନ୍‌ ପରିସ୍ଥିତି ଜାରି ରହିଥିଲେ ସୁଦ୍ଧା ଆଖପାଖ ଅଞ୍ଚଳର ଅସାମାଜିକ ଯୁବକମାନେ ମଦ ପାଇଁ ବିରିଡିହା ଗ୍ରାମରେ ଏକାଠି ହେବା ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରୁଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଏପରିକି ଯୁବକମାନେ ନିଶାସକ୍ତ ଅବସ୍ଥାରେ ଅଶ୍ଲୀଳ ଭାଷାରେ ଗାଳି ଗୁଲଜ କରୁଥିବାରୁ ଗ୍ରାମରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି। ସୋମବାର ବିଳମ୍ବିତ ରାତିରେ ମହିଳାମାନେ ଏନେଇ ପୋଲିସକୁ ସୂଚନା ଦେଇଥିଲେ। ତେବେ ପୋଲିସ ମଙ୍ଗଳବାର ବିରିଡିହା ଗ୍ରାମରେ ପହଞ୍ଚି ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri