ମଦଭାଟିରୁ ଟଙ୍କା ନେଉଥିଲେ ଅବକାରୀ ଅଧୀକ୍ଷକ

ଦେବଗଡ଼,୨୯ା୯(ଡି.ଏନ୍‌.ଏ.): ମଦଭାଟି ମାଲିକଙ୍କଠାରୁ ଦେଢଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି ଦେବଗଡ଼ ଅବକାରୀ ଅଧୀକ୍ଷକ ଅଜିତ କୁମାର ମହାପାତ୍ର ଓ ବାରକୋଟ ଅବକାରୀ ଏଏସ୍‌ଆଇ ମଥୁରା ମୋହନ ପ୍ରଧାନ। ଭିଜିଲାନ୍ସ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁ୍‌ଯାୟୀ କୌଣସି କାମକୁ ନେଇ ଦେବଗଡ଼ ଭାରପ୍ରାପ୍ତ ଅବକାରୀ ଅଧୀକ୍ଷକ ମହାପାତ୍ର ବାରକୋଟ ଥାନା ଅନ୍ତର୍ଗତ ବିଦେଇ ବଡକୁଦର ସରକାରୀ ଦେଶୀ ମଦଭାଟି ମାଲିକ ରାଜେନ୍ଦ୍ର ଜୟସ୍ବାଲଙ୍କଠାରୁ ୩ ଲକ୍ଷ ଟଙ୍କା ଦାବି କରିଥିଲେ। ଏନେଇ ମଦଭାଟି ମାଲିକ ଜୟସ୍ବାଲ ଭିଜିଲାନ୍ସ ବିଭାଗକୁ ସୂଚନା ଦେଇଥିଲେ। ଅବକାରୀ ଅଧୀକ୍ଷକଙ୍କୁ ଜାଲରେ ପକାଇବା ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟରେ ଦେଢଲକ୍ଷ ଟଙ୍କା ପ୍ରଦାନ ପାଇଁ ଦିନ ଧାର୍ଯ୍ୟ କରାଯାଇଥିଲା।

ସନ୍ଧ୍ୟାରେ ଅବକାରୀ ଅଧୀକ୍ଷକ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ବାରକୋଟ ଅବକାରୀ ଏଏସ୍‌ଆଇ ମଥୁରା ମୋହନ ପ୍ରଧାନ ବିଦେଇ ବଡକୁଦର ମଦଭାଟିକୁ ଯାଇଥିଲେ। ସେଠାରେ ମଦଭାଟି ମାଲିକ ଜୟସ୍ବାଲ ଏଏସ୍‌ଆଇ ପ୍ରଧାନଙ୍କୁ ରାସାୟନିକ ପ୍ରଲେପ ବୋଳା ଦେଢଲକ୍ଷ ଟଙ୍କା ପ୍ରଦାନ କରିବାବେଳେ ପୂର୍ବ ଯୋଜନା ଅନୁଯାୟୀ ଛପି ରହିଥିବା ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କ ନିକଟରୁ ଉକ୍ତ ଟଙ୍କା ଜବତ କରିଥିଲେ। ଏହା ସହ ତାଙ୍କୁ ଗିରଫ କରି ଦେବଗଡ଼ ଆଣିଥିଲେ। ଏହାପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଭାରପ୍ରାପ୍ତ ଅବକାରୀ ଅଧୀକ୍ଷକ ମହାପାତ୍ର ରହୁଥିବା ଭଡାଘରେ ଚଢାଉ କରାଯାଇଥିଲା। ପରେ ବାରକୋଟ ବ୍ଲକର ପୁରୁଣାପାଣି ଗ୍ରାମରେ ଥିବା ଅବକାରୀ ଏଏସ୍‌ଆଇଙ୍କ ପୈତୃକ ବାସଭବନରେ ଭିଜିଲାନ୍ସ ଅଧିକାରୀ ଯାଇ ଯାଞ୍ଚ କରିଥିଲେ। ଏହି ଚଢାଉରେ ଦେବଗଡ଼ ଭିଜିଲାନ୍ସ ବିଭାଗ ଡିଏସ୍‌ପି ଯୋଗେଶ ପଟେଲ, ସୁନ୍ଦରଗଡ଼ ଭିଜିଲାନ୍ସ ବିଭାଗ ଡିଏସ୍‌ପି ସୁଧାଂଶୁ ଶେଖର ପୂଜାରୀ, ରାଉରକେଲା ଭିଜିଲାନ୍ସ ବିଭାଗ ଡିଏସ୍‌ପି ବୀରେନ୍ଦ୍ର କୁମାର ନାୟକ, ଝାରସୁଗୁଡା ଭିଜିଲାନ୍ସ ବିଭାଗ ଡିଏସ୍‌ପି ପ୍ରଦୀପ ଆଇନ୍ଦ, ଇନ୍ସପେକ୍ଟର ଅଭୟ କୁମାର ପ୍ରଧାନ, ସୁଶୀଳ ବାର୍ଲା, ଏଏସ୍‌ଆଇ ରାମଚନ୍ଦ୍ର ସାହୁଙ୍କ ସମେତ ବହୁ ଭିଜିଲାନ୍ସ କର୍ମଚାରୀ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri