ମଦିନାରେ ବସ୍‌ ଦୁର୍ଘଟଣା:ଜଣେ ଭାରତୀୟଙ୍କ ସମେତ ୩୫ ମୃତ

ରିୟାଧ,୧୮-୧୦(ଏଏଫ୍‌ପି):ସୌଦି ଆରବର ମଦିନା ସହରରେ ସଡ଼କ ଦୁର୍ଘଟଣାରେ ୩୫ ବିଦେଶୀ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଭାରତୀୟ ଅଛନ୍ତି। ତାଙ୍କ ସ୍ତ୍ରୀ ମଧ୍ୟ ଆହତ ହୋଇଛନ୍ତି। ତୀର୍ଥଯାତ୍ରୀମାନଙ୍କୁ ନେଇ ଯାଉଥିବା ବସ୍‌କୁ ଅନ୍ୟ ଏକ ଭାରିଯାନ ଧକ୍କା ଦେଇଥିଲା। ଏଥିରେ ଅନ୍ୟ ୪ ଗୁରୁତର ଆହତ ହୋଇଛନ୍ତି। ଆରବ ଓ ଏସିଆର ତୀର୍ଥଯାତ୍ରୀମାନେ ଉକ୍ତ ବସ୍‌ରେ ମଦିନାରୁ ମକ୍କା ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ବସ୍‌ଟି ଜଳିଯାଇଥିଲା। ଆହତମାନଙ୍କୁ ଅଲ୍‌ ହମ୍‌ନା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ମର୍ମନ୍ତୁଦ ଦୁର୍ଘଟଣା ଲାଗି ଯୁବରାଜ ଫୈଜଲ ବିନ୍‌ ସଲମାନ, ମଦିନା ରାଜ୍ୟପାଳ ଦୁଃଖପ୍ରକାଶ କରିବା ସହ ସମବେଦନା ଜଣାଇଛନ୍ତି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଶୋକବ୍ୟକ୍ତ କରିଛନ୍ତି। ମକ୍କାରେ ମର୍ମନ୍ତୁଦ ଦୁର୍ଘଟଣା ଖବର ଶୁଣି ମର୍ମାହତ। ମୃତକଙ୍କ ପରିବାର ସଦସ୍ୟଙ୍କ ଲାଗି ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ବୋଲି ପ୍ରଧାନମନ୍ତ୍ରୀ ଟୁଇଟ୍‌ କରିଛନ୍ତି। ବସ୍‌ରେ ଅନୂ୍ୟନ ୧୦ ଜଣ ଭାରତୀୟ ଥିଲେ ବୋଲି କୁହାଯାଉଛି। ସେମାନଙ୍କ ସମ୍ପର୍କରେ ସବିଶେଷ ବିବରଣୀ ଦେବା ଲାଗି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୌଦି ପ୍ରଶାସନକୁ କୁହାଯାଇଛି। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ମଧ୍ୟ ଦୁର୍ଘଟଣାରେ ଏତେ ସଂଖ୍ୟାରେ ବିଦେଶୀଙ୍କ ମୃତ୍ୟୁକୁ ନେଇ ଦୁଃଖପ୍ରକାଶ କରିଛନ୍ତି। ସେ ମୃତକମାନଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।
ହଜ୍‌ ବେଳେ ପବିତ୍ର ସହର ମକ୍କା ଓ ମଦିନାରେ ଶ୍ରଦ୍ଧାଳୁମାନଙ୍କୁ ପରିବହନ କରିବା ଏକ ବଡ଼ ଚ୍ୟାଲେଞ୍ଜ। ସେତେବେଳେ ଦୁଇ ସହରରେ ଗାଡ଼ି ସଂଖ୍ୟା ଏତେ ବଢ଼ିଯାଇଥାଏ ଯେ, ଘଣ୍ଟା ଘଣ୍ଟା ଧରି ଟ୍ରାଫିକ୍‌ ଜାମ୍‌ ରୁହେ। ଗତବର୍ଷ ଏପ୍ରିଲରେ ବସ୍‌-ତେଲ ଟ୍ୟାଙ୍କର ଦୁର୍ଘଟଣାରେ ୪ ବ୍ରିଟେନ ନାଗରିକ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?