ମଦ୍ୟପଙ୍କ ଉନ୍ମତ୍ତ କାଣ୍ଡ : ମେଡିକାଲରେ ପଶି ଭଙ୍ଗାରୁଜା

ହାଟଡିହୀ,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଜଳକଳଙ୍ଗ ଗ୍ରାମର ସନ୍ନ୍ୟାସୀ ମାଝୀଙ୍କ ପୁଅ ରାଜୁ (୪୦) ଅତ୍ୟଧିକ ମଦ୍ୟପାନ କରି ବୁଧବାର ଅପରାହ୍ନରେ ହାଟଡିହୀ ମେଡିକାଲରେ ପଶି ଆଟେଣ୍ଡାଣ୍ଟ୍‌ ପ୍ରଶାନ୍ତ ନାୟକଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏଥିସହିତ ସେଠାରେ ଥିବା ଉପକରଣ ଫିଙ୍ଗାଫିଙ୍ଗିି କରି କାର୍ଯ୍ୟରତ ଦିଦିମାନଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିବା ମେଡିକାଲ ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଛି। ତୁରନ୍ତ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗହଣ କରା ନ ଗଲେ ମେଡିକାଲ ଷ୍ଟାଫ୍‌ କାର୍ଯ୍ୟରେ ଯୋଗ ଦେବେ ନାହିଁ ବୋଲି ଦାୟିତ୍ୱରେ ଥିବା ଫାର୍ମାସିଷ୍ଟ ରାମଚନ୍ଦ୍ର ଜେନା ଜଣାଇଛନ୍ତିି ା ରାଜୁଙ୍କ କିଛି ସମର୍ଥକ କେସ୍‌ଟିକୁ ସମାଧାନ ପାଇଁ ମେଡିକାଲ ଷ୍ଟାଫ୍‌ଙ୍କ ଉପରେ ଚାପ ପକାଉଥିବାର ଶୁଣାଯାଉଛି ା ରାଜୁଙ୍କ ନାମରେ ପୂର୍ବରୁ ବହୁ ଅପରାଧିକ ମାମଲା ନନ୍ଦୀପଦା ଥାନାରେ ଥିବା ଜଣାପଡ଼ିଛି। ଅଧିକାଂଶ ସମୟରେ ହାଟଡିହୀରେ ମଦ୍ୟପମାନେ ଏପରି କାଣ୍ଡ ଘଟାଉଥିଲେ ହେଁ ସେମାନଙ୍କ ବିରୋଧରେ ଦୃଢ କାଯର୍ର୍‌ୟାନୁଷ୍ଠାନ ହେଉ ନ ଥିବାରୁ ଏଭଳି ବାରମ୍ବାର ଘଟିଚାଲିଛି ା ହାଟଡିହୀରେ ଅଧିକାଂଶ ଦୋକାନରେ ଚୋରାମଦ ଅବାଧରେ ବିକ୍ରି ଚାଲିଥିଲେ ମଧ୍ୟ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା ଅଭିଯୋଗ ହେଉଛି ା ଏଣୁ ଚୋରା ମଦବିକ୍ରିକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବା ସହିତ ଅଭିଯୁକ୍ତଙ୍କୁ ଉପଯୁକ୍ତ ଦଣ୍ଡ ଦିଆଯିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri