ମଦ୍ୟପ ସ୍ବାମୀଙ୍କ ନୃଶଂସକାଣ୍ଡ: ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଶାଶୁ ଗୁରୁତର

ପରଜଙ୍ଗ, ୮।୧(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ପଙ୍ଗାତୀରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହତ୍ୟାକାଣ୍ଡ ଘଟିଛି। ମଦ୍ୟପ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ଶାଶୁ ଗୁରୁତର ହୋଇଛନ୍ତି। ହତ୍ୟାକାଣ୍ଡ ପଛର କାରଣ ସ୍ବାମୀଙ୍କ ଅନୈତିକ ସମ୍ପର୍କ ବୋଲି କୁହାଯାଉଛି। ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଏ ନେଇ ମୃତ ମହିଳାଙ୍କ ବାପା କୃଷ୍ଣଚନ୍ଦ୍ର ସାହୁଙ୍କ ଅଭିଯୋଗକ୍ରମେ ନଂ.୨/୨୦ରେ ହତ୍ୟା ମାମଲା ରୁଜୁ ହୋଇଛି।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପଙ୍ଗାତୀରା ଗ୍ରାମର ଲଳିତ ସାହୁଙ୍କ ସହ ସେହି ଗ୍ରାମର ମିତା ସାହୁ (୨୨)ଙ୍କ ୩ବର୍ଷ ତଳେ ବିବାହ ହୋଇଥିଲା। ହେଲେ ଲଳିତଙ୍କ ଅନ୍ୟ ଜଣେ ମହିଳାଙ୍କ ସହ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଏହାକୁ ନେଇ ଦାମ୍ପତ୍ୟ ଜୀବନରେ କଳହ ସୃଷ୍ଟି ହୋଇଥିଲା। ଏହି ଘଟଣାକୁ ନେଇ ଅଧିକାଂଶ ସମୟ ମିତା ଏବଂ ଲଳିତଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଥିଲା। ଫଳରେ ମିତା ବାପଘରେ ଆସି ରହୁଥିଲେ। ସୋମବାର ବିଳମ୍ବିତ ରାତିରେ ନିଶାସକ୍ତ ଅବସ୍ଥାରେ ଲଳିତ ଶ୍ୱଶୁର ଘରେ ପହଞ୍ଚତ୍ଥିଲେ। ଶାଶୁ ଗେଲ ସାହୁ କବାଟ ଖୋଲିବା ବେଳେ ଲଳିତ ଏକ ଟାଙ୍ଗିଆରେ ତାଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ପରେ ମିତା ଶୋଇଥିବା ଘରେ ପଶି ତାଙ୍କୁ ନିର୍ମମ ଭାବେ ହାଣି ପକାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଗୁରୁତର ଅବସ୍ଥାରେ ଗେଲଙ୍କୁ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ, ସନ୍ଧାନୀ କୁକୁର ସହାୟତାରେ ତଦନ୍ତ କରିଛି। କାମାକ୍ଷାନଗର ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ଘଟଣାର ତଦନ୍ତ ଭାର ପରଜଙ୍ଗ ଥାନାଅଧିକାରୀ ବିଜୟ କୁମାର ହାଇବ୍ରୁଙ୍କୁ ଦିଆଯାଇଛି। ଏ ନେଇ ଫାଣ୍ଡି ଅଧିକାରୀ ବିନୟ କୁମାର ସାହୁ କୁହନ୍ତି, ଘଟଣା ସମ୍ବେଦନ ଥିବାରୁ ସନ୍ଧ୍ୟାରେ ଏସଡିପିଓ ସୁପ୍ରସନ୍ନ ମଲ୍ଲିକ ତଦନ୍ତ କରିଛନ୍ତି। ସନ୍ଧାନୀ କୁକୁର ଅଭିଯୁକ୍ତଙ୍କ ଘରକୁ ସିଧା ଯାଇ ପହଞ୍ଚତ୍ଥିଲା। ଅଭିଯୁକ୍ତ ସ୍ବାମୀଙ୍କୁ ଧରିବାକୁ ଉଦ୍ୟମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri