ମଦ ଚାଲାଣବେଳେ ଗୋଡ଼ାଇଲେ ଅବକାରୀ କର୍ମଚାରୀ: ବ୍ରାହ୍ମଣୀକୁ ଡେଇଁ ଯୁବକ ମୃତ

ପରଜଙ୍ଗ, ୩।୭ (ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ବୁଧବାର ଅଭାବନୀୟ ଘଟଣା ଘଟିଛି। ବାଇକ୍‌ରେ ମଦଚାଲାଣ କରୁଥିବା ବେଳେ ଅବକାରୀ ବିଭାଗ କବଳରୁ ବର୍ତ୍ତିବା ପାଇଁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଥିବା ଜଣେ ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଲେ ଆମ୍ବପଳାସ ଗ୍ରାମର ଶାନ୍ତନୁ ମହାପାତ୍ର।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଶାନ୍ତନୁ ବୁଧବାର ଭୋର୍‌ ସାଢେ ୫ଟା ବେଳେ ୫୩ନଂ. ଜାତୀୟ ରାଜପଥରେ ବାଇକ୍‌ (ଓଡ଼ି ୧୯ ଏଚ୍‌ ୧୭୮୩) ଯୋଗେ ମହୁଲି ମଦ ନେଇ ଆମ୍ବପଳାସରୁ ତାଳଚେର ଆଡ଼କୁ ଯାଉଥିଲେ। ଏହି ସମୟରେ ଏକ ସ୍କର୍ପିଓରେ ଅବକାରୀ ବିଭାଗ କର୍ମଚାରୀ ତାଙ୍କୁ ପିଛା କରିଥିଲେ। ଗିରଫ ଭୟରେ ସେ ବାଇକ୍‌କୁ ବ୍ରିଜ୍‌ ପାର୍ଶ୍ୱରେ ରଖିଦେଇ କିଛି ବାଟ ଦୌଡ଼ିଥିଲେ। ଅବକାରୀ ବିଭାଗ କର୍ମଚାରୀ ନିକଟତର ହୋଇଯିବାରୁ ସେ ନଦୀକୁ ଡେଇଁ ପଡ଼ିଥିଲେ। ତେବେ ପାଣି ପରିବର୍ତ୍ତେ ବାଲିରେ ପଡ଼ିବାରୁ ତାଙ୍କ ଆଭ୍ୟନ୍ତରୀଣ ଅଙ୍ଗରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ସଙ୍କଟାପନ୍ନ ଅବସ୍ଥାରେ ତାଳଚେର ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରି ମଣ୍ଡାପାଳ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଅବକାରୀ ବିଭାଗ କର୍ମଚାରୀମାନେ ପହଞ୍ଚତ୍ଥିଲେ ମଧ୍ୟ ସେଠାରୁ ପଳାଇ ଆସିଥିବା ଅଞ୍ଚଳବାସୀ କହିଛନ୍ତି।
ଅନ୍ୟପଟେ ଏହି ଘଟଣା ପାଇଁ ଅବକାରୀ ବିଭାଗକୁ ଦାୟୀ କରିଛନ୍ତି ଶାନ୍ତନୁଙ୍କ ଭାଇ ମୁନୁ ମହାପାତ୍ର। ଏ ନେଇ ସେ ଆଇନର ଆଶ୍ରୟ ନେବେ ବୋଲି କହିଛନ୍ତି। ଅବକାରୀ ଏଏସ୍‌ଆଇ ବଟକୃଷ୍ଣ ରାଉଳ ମଦ ବାଇକ୍‌କୁ ପିଛା କରୁଥିବା ସ୍ବୀକାର କରିଛନ୍ତି। ହେଲେ ଯୁବକ ଜଣକ ନଦୀକୁ ଡେଇଁ ପଡ଼ିଥିବା ସମ୍ପର୍କରେ ଜାଣି ନ ଥିବା ସେ କହିଛନ୍ତି। ଖବର ଲେଖାଯିବା ସୁଦ୍ଧା ଏ ନେଇ ଥାନାରେ ଲିଖିତ ଅଭିଯୋଗ ହୋଇ ନ ଥିବା ପୋଲିସ କହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri