ମଦ ଦୋକାନରେ ଭିଡ଼, କଟକଣାକୁ ବେଖାତିର

ପୁରୁଣା ଭୁବନେଶ୍ୱର, ୧୯।୩ (ଡି.ଏନ.ଏ.): କରୋନା ଭୂତାଣୁ କବଳରୁ ମୁକ୍ତ ନେଇ ନିଜକୁ ନିଜେ ସୁରକ୍ଷିତ ରଖିବାକୁ ପଦକ୍ଷେପ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ରାଜ୍ୟ ସରକାର ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଜନଗହଳି ଉପରେ କଟକଣା ଲଗାଇଥିବା ବେଳେ ମଦ ଦୋକାନ ଓ ବାରଗୁଡିକରେ ସେଭଳି କୌଣସି କଟକଣା ବ୍ୟବସ୍ଥା ନ ଥିବା ଦେଖିବାକୁ ମିଳିଛି। ସମ୍ପ୍ରତି ଅନେକ ମଦ ଦୋକାନରେ ସଞ୍ଜ ନଇଁ ଆସିଲେ ଭିଡ଼ ଅସମ୍ଭାଳ ହେଉଛି। ଅନୁସନ୍ଧାନ ସମୟରେ ରାଜଧାନୀର ରବି ଟକିଜ୍‌ ଛକ, ଏୟାରପୋର୍ଟ ଛକ, ରାଜମହଲ ଛକ, କଟକ ରୋଡ଼ର ଥିବା ମଦ ଦୋକାନ ସମେତ ଅନେକ ସ୍ଥାନରେ ପ୍ରବଳ ଭିଡ଼ ସହ ପାର୍କିଂ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେଉଛି। ମଦ କିଣୁଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ରାଜ୍ୟ ବାହାର ଏବଂ ରାଜ୍ୟର ଅନେକ ଗ୍ରାହକ ରହିଛନ୍ତି। ରାଜଧାନୀରେ ସଚେତନ ଏବଂ ଶିକ୍ଷିତ ନାଗରିକ ଥାଇ ମଧ୍ୟ କଟକଣାକୁ କେହି ମାନୁନାହାନ୍ତି। ସରକାର ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ମଦ ଦୋକାନରେ ଅହେତୁକ ଭିଡକୁ କମେଇବା ପାଇଁ ପଦକ୍ଷେପ ନେଉନାହାନ୍ତି। ବୋଧହୁଏ ରାଜସ୍ବ ଆଦାୟ ଲକ୍ଷ୍ୟରେ ଦୋକାନୀମାନଙ୍କ ପାଇଁ କୌଣସି କଟକଣା ଜାରି କରାଯାଇନାହିଁ ବୋଲି ଲୋକେ ଅଭିଯୋଗ କରିଛନ୍ତି। ଯଦ୍ଦ୍ବାରା କରୋନା ଭୂତାଣୁ ସଂକ୍ରମିତ ହେବାର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ଅବକାରୀ ବିଭାଗ ପକ୍ଷରୁ ଏହାକୁ ତନଖି କରାଯାଇ କୌଣସି ପଦକ୍ଷେପ ନେବା ପାଇଁ ମଧ୍ୟ ଗାଇଡ ଲାଇନ ରହିନାହିଁ। ସରକାର ମଦ ବିକ୍ରି କରିବାକୁ ପ୍ରୋତ୍ସାହନ ଦେଉଥିବାବେଳେ ଅବକାରୀ ବିଭାଗର ଅଧିକାରୀମାନେ ବେଫିକର ହୋଇ ପଡିଛନ୍ତି। କୌଣସିଠାରେ ସେମାନେ ଟ୍ରାଫିକ୍‌ ବ୍ୟବସ୍ଥା ହେଉ କିମ୍ବା କରୋନା ସମ୍ପର୍କିତ ସଚେତନତା ମୂଳକ ପଦକ୍ଷେପ ସ୍ବରୂପ ଦୋକାନୀମାନଙ୍କୁ ତଦାରଖ କରୁନାହାନ୍ତି। ଫଳରେ ଏ ସମସ୍ତ ମଦଦୋକାନଗୁଡିରେ ଫିଲ୍ମ ହଲ ଭଳି ଲୋକ କାଉଣ୍ଟରରେ ଗହଳି ଲଗାଉଛନ୍ତି। ଏ ସମ୍ପର୍କରେ ଅବକାରୀ ବିଭାଗ ସୁପରିଣ୍ଟେଣ୍ଟେଣ୍ଡ ପ୍ରସନ୍ନ କୁମାର ଆଚାର୍ଯ୍ୟଙ୍କୁ ପଚାରିବାରେ ମଦ ଦୋକାନ ମାଲିକମାନଙ୍କୁ ଭିଡ କମାଇବାକୁ ଅବଗତ କରାଇଥିଲୁ। କେତେଜଣ ମାଲିକ ଏହାକୁ ମାନି ମଦ ଦୋକାନ ସମ୍ମୁଖରେ ଗହଳି କମାଇଛନ୍ତି। ଯେଉଁମାନେ କଟକଣାକୁ ନ ମାନିଛନ୍ତି ସେମାନଙ୍କୁ ପୁଣି ବୁଧବାର କୁହାଯିବ। ଯଦି ସେମାନେ ନ ମାନନ୍ତି ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri