ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ, ଆନ୍ଦୋଳନ

ପୁରୁଷୋତ୍ତମପୁର,୧୮।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବଡ଼ଖରିଡ଼ା ପଞ୍ଚାୟତର ବାଣନଈ ଗ୍ରାମ ନିକଟରେ ଥିବା ଦେଶୀ ମଦ ଦୋକାନକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବା ଦାବିରେ ମହିଳାମାନେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହାର ପ୍ରତିବାଦରେ ଶତାଧିକ ମହିଳା ପୁରୁଷୋତ୍ତମପୁର- କବିସୂର୍ଯ୍ୟନଗର ମୁଖ୍ୟରାସ୍ତାକୁ ଅବରୋଧ କରି ଧାରଣାରେ ବସିଥିଲେ। ଖବର ପାଇ କବିସୂର୍ଯ୍ୟନଗର ଥାନା ଅଧିକାରୀ ପ୍ରଭାତ ସାହୁ, ଏସ୍‌ଆଇ ସ୍ନେହାମଞ୍ଜରୀ ସାହୁ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନରତ ମହିଳାମାନଙ୍କୁ ବୁଝାଶୁଝା କରିଥିଲେ। ଏହା ସରକାରୀ ମଦ ଦୋକାନ ହୋଇଥିବାରୁ ଘଟଣା ସମ୍ପର୍କରେ ଜିଲାପାଳଙ୍କୁ ଜଣାଇ ପଦକ୍ଷେପ ନିଆଯିବ ବୋଲି ଥାନା ଅଧିକାରୀ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ହଟିଥିଲା।