ମଦ ନିଶାରେ ପରିବାରର ୫ଜଣଙ୍କୁ ବିଷ ଦେଇ ହତ୍ୟା ଉଦ୍ୟମ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ନିଶା ସେବନ କଲେ ମଣିଷ ନିଜର ହିତାହତ ଜ୍ଞାନ ହରାଇ ବସିଥାଏ। ସେ ସମୟରେ ସେ କ’ଣ କରିଥାଏ ନିଜେ ବୁଝିପାରି ନ ଥାଏ। ମାଲାକନଗିରି ଜିଲାରେ ଜଣେ ବ୍ୟକ୍ତି ନିଶା ସେବନ କରି ନିଜ ପରିବାରର ୫ଜଣଙ୍କୁ ବିଷ ଦେଇ ହତ୍ୟା ଉଦ୍ୟମ କରିବା ପରି ଘଟଣା ମଙ୍ଗଳବାର ନଜରକୁ ଆସିଛି। ଜିଲାର ମାଥିଲି ବ୍ଲକ କାଳିଆନାୟକଗୁଡା ଗ୍ରାମରେ ଏପରି ଘଟିଥିବା ଜଣାପଡିଛି। ଖବରରୁ ପ୍ରକାଶ ଯେ, କାଳିଆନାୟକଗୁଡା ଗ୍ରାମରେ ସପରିବାର ରହୁଥିବା ନରସିଂହ ମାଝି (୪୮) ସୋମବାର ରାତିରେ ମଦ୍ୟପାନ କରି ଘରକୁ ଆସିଥିଲେ। ଘରେ ସ୍ତ୍ରୀ ପୂର୍ଣ୍ଣ ମାଝି ରାନ୍ଧିଥିବା ଖାଦ୍ୟରେ ସେ ବିଷ ମିଶାଇ ଦେଇଥିଲେ। ଏହା ଜାଣି ନ ପାରି ନରସିଂହଙ୍କୁ ଛାଡି ସ୍ତ୍ରୀ ପୂର୍ଣ୍ଣ, ୨ ଝିଅ ଗୌରୀ ମାଝି ,ସୁମିତ୍ରା ମାଝି, ପୁଅ ବାସୁଦେବ ମାଝି ଏବଂ ନରସିଂହଙ୍କ ସମ୍ପର୍କୀୟ ଭାଇ ବନ୍ଧୁ ନାୟକ ଖାଦ୍ୟ ଖାଇଥିଲେ। କିଛି ସମୟ ପରେ ସେମାନଙ୍କ ମୁଣ୍ଡ ବୁଲାଇବା ସହ ବାନ୍ତି ହୋଇଥିଲା। ଗ୍ରାମବାସୀ ଏହା ଜାଣିପାରି ସମସ୍ତଙ୍କୁ ତୁରନ୍ତ ମାଥିଲି ଡାକ୍ତରଖାନାକୁ ନେଇଥିଲେ। ଖାଦ୍ୟ ବିଷାକ୍ତ ହେବାରୁ ଏପରି ହୋଇଥିବା ଡାକ୍ତର ଜାଣିପାରିଥିଲେ। ଚିକିତ୍ସା ପରେ ସମସ୍ତେ ସୁସ୍ଥ ଥିବା ଜଣାପଡିଛି। ଏ ସମ୍ପର୍କରେ ପରିବାର ଲୋକେ ଥାନାରେ ଅଭିଯୋଗ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri