ମଦ ନେଲା ଜୀବନ: ନିଶାରେ ସ୍ତ୍ରୀଙ୍କୁ ପିଟି ମାରିଦେଲେ ସ୍ବାମୀ

ରେମୁଣା,୧୮।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ସେରଗଡ଼ ପଞ୍ଚାୟତ ୯ନଂ ଓ୍ବାର୍ଡରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମଦ ନିଶାରେ ଜଣେ ସ୍ବାମୀ ସ୍ତ୍ରୀଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ହେଲେ ବାସନ୍ତି ସିଂ(୩୦)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆଧାରରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ସ୍ବାମୀ ଭରତ ସିଂଙ୍କୁ ଅଟକ ରଖିଛି।

ଭରତ, ସ୍ତ୍ରୀ ବାସନ୍ତୀ ଏବଂ ଦୁଇ ଶଳା ସନ୍ଧ୍ୟାରେ ଭୋଜି କରି ଖାଇବା ସହ ମଦ୍ୟପାନ କରିଥିଲେ। ଅତ୍ୟଧିକ ନିଶା ଯୋଗୁ ସାହି ବାସିନ୍ଦା ସେମାନଙ୍କୁ ନେଇ ଘରେ ଛାଡ଼ିଥିଲେ। ପରେ ରାତି ୮ଟା ସମୟରେ ଭରତ ସାହିଲୋକଙ୍କୁ ବାସନ୍ତୀ ଉଠୁ ନ ଥିବା କହି ଡାକିଥିଲେ। ସାହି ଲୋକେ ଘରେ ପହଞ୍ଚି ବାସନ୍ତୀ ମରି ପଡ଼ିଥିବା ଦେଖି ଖନ୍ତାପଡ଼ା ଥାନାକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ କରି ଭରତଙ୍କୁ ଥାନାରେ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri