ମଦ ବନ୍ଦ ନେଇ ମହିଳା ସଂଘର ଶୋଭାଯାତ୍ରା

ତୁମୁଡ଼ିବନ୍ଧ,୧୨ା୬(ଡି.ଏନ୍‌.ଏ.)- ତୁମୁଡ଼ିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ମଙ୍ଗଳବାର ଶତାଧିକ ମହିଳା ମଦ ବନ୍ଦ ନେଇ ଏକ ଶୋଭାଯାତ୍ରା କରିଛନ୍ତି। ଏହି ଶୋଭାଯାତ୍ରା ବାଟଙ୍ଗ ପଦର, ସାନଝିରିପାଣି ଓ ପଞ୍ଚାୟତ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ପ୍ରକାଶ ଯେ, ଝିରିପାଣି ଗ୍ରାମପଞ୍ଚାୟତର ୧୧ଟି ଓ୍ବାର୍ଡର ଶତାଧିକ ମହିଳା ପୂର୍ବାହ୍ନ ୧୧ଟାରେ ଝିରିପାଣି ପିଲୁଟଟାଠାରେ ଏକତ୍ରିତ ହୋଇ ଏକ ବୈଠକ କରିଥିଲେ। ପଞ୍ଚାୟତସ୍ତରୀୟ ସଭାପତି ଭାବେ ପୂର୍ଣ୍ଣମୀ ପାତ୍ର ବୈଠକ ପରିଚାଳନା କରିଥିଲେ। ବୈଠକରେ ପ୍ରତ୍ୟେକ ମହିଳାଙ୍କୁ ମଦ ବନ୍ଦ କରିବା ପାଇଁ ନେତୃତ୍ୱ ନେବା ସହ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଏକତ୍ର କରିବା ଲାଗି କୁହାଯାଇଥିଲା। ଏହାପରେ ମହିଳାମାନେ ସେଠାରେ ମଦ ବନ୍ଦ ପାଇଁ ନିଷ୍ପତ୍ତି ନେଇଥିଲେ। ଏଥିରେ ଝିରିପାଣି ପଞ୍ଚାୟତର ବରିଷ୍ଠ ନାଗରିକ ବିକ୍ରମ କିଶୋର ସିଂ ପାତ୍ର, ଡଗର ପାତ୍ର ନୀଳମଣି ପ୍ରଧାନ, ଉଆଁଶୁ ପାତ୍ର, ଅନ୍ତରଙ୍ଗ ସ୍ବେଚ୍ଛାବେୀ ଅନୁଷ୍ଠାନର ପଞ୍ଚାୟତ ସଭାପତି ରମାକାନ୍ତ ନାୟକ, ଝିରିପାଣି ସରପଞ୍ଚ ଅର୍ଜୁନ ପାତ୍ର ପ୍ରମୁଖ ଯୋଗଦେଇଥିଲେ। ସମ୍ପାଦିକା ପଦ୍ମତୋଳା ପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri