ମଦ ବିକ୍ରି, ଚାଲାଣ ଅଭିଯୋଗରେ ୩ ଗିରଫ

ଗୋପାଳପୁର,୩୧ା୩- ଚୋରା ଦେଶୀ ମଦ ବିକ୍ରି ଓ ବିଦେଶୀ ମଦ ଚାଲାଣ କରୁଥିବାବେଳେ ଦୁଇଟି ସ୍ଥାନରୁ ଗୋଳନ୍ଥରା ପୋଲିସ ମଙ୍ଗଳବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ସୋରଳ ଗ୍ରାମର ନରସିଂହ ଜାନି, ଗୋଷାଣୀନୂଆଗଁା ଅଞ୍ଚଳର ସନ୍ତୋଷ ପାତ୍ର ଓ ପଞ୍ଚମା ଗ୍ରାମର ମନୋଜ ପ୍ରଧାନ। ସୋରଳ ଗ୍ରାମ ରାସ୍ତା କଡ଼ରେ ନରସିଂହ ଦେଶୀମଦ ବିକ୍ରି କରୁଥିବାବେଳେ ସୋମବାର ପୋଲିସ ଚଢ଼ାଉ କରି ୮୨ଟି ମଦ ପାଉଚ ଜବତ କରିବା ସହ ତାଙ୍କୁ ଗିରଫ କରିଥିଲା। ସନ୍ତୋଷ ଓ ମନୋଜ ସ୍କୁଟିରେ ବିଦେଶୀ ମଦ ଧରି ଯାଉଥିବାବେଳେ ଗୋଳନ୍ଥରା ଥାନାଧିକାରୀ ବାବୁଲି ନାୟକ ଚଢ଼ାଉ କରି ଉଭୟଙ୍କୁ ଗିରଫ କରି ୨୭ ଲିଟର ବିଦେଶୀ ମଦ ସହ ସ୍କୁଟି ଜବତ କରିଥିଲେ। ନଂ.୯୫, ୯୬/୨୦ରେ ମାମଲା ରୁଜୁ କରି ୩ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri