ମଦ ଭାଟି ମ୍ୟାନେଜରଙ୍କଠାରୁ ୫ ଲକ୍ଷ ଲୁଟ୍‌ ଘଟଣା : ଡକାୟତି ଗ୍ୟାଙ୍ଗର ୪ ଗିରଫ, ୩ ଫେରାର

ବଅଁରପାଳ, ୭।୭ (ଡି.ଏନ୍‌.ଏ) – ହିନ୍ଦୋଳ ମଦଭାଟି ମ୍ୟାନେଜର ସୌରଭ ଯାଦବଙ୍କଠାରୁ ୫ଲକ୍ଷ ଟଙ୍କା ଲୁଟ୍‌ ଘଟଣାରେ ସମ୍ପୃକ୍ତ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ୍‌ଙ୍କ ସମେତ ୪ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମୋଟଙ୍ଗା ଥାନା ଅଞ୍ଚଳର ଗଗନ ନାୟକ (୨୫), ହିନ୍ଦୋଳ ଥାନା ଟାଙ୍ଗିଶାଳର ସଞ୍ଜୟ ସାମଲ (୨୫), ବାଲିମୀ ଥାନା ଅଞ୍ଚଳର ଭରତ ନାଏକ (୨୪) ଏବଂ ସୌମ୍ୟରଞ୍ଜନ ପ୍ରଧାନ (୧୯)। ଅଭିଯୁକ୍ତଙ୍କ ନିକଟରୁ ୨ ବାଇକ୍‌, ସ୍କୁଟି, କାର୍‌ ଜବତ କରାଯାଇଛି। ଏଥିରେ ସାମିଲ ଥିବା ଅନ୍ୟ ୩ ଜଣ ଫେରାର ଅଛନ୍ତି। ଅନ୍ୟଜଣେ ଆପରାଧିକ ମାମଲାରେ ଗିରଫ ହୋଇ ତାଳଚେର ଜେଲରେ ଅଛନ୍ତି। ବଅଁରପାଳ ଥାନାରେ ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଅନୁଗୋଳ ଏସ୍‌ଡିପିଓ ଅଶ୍ୱିନୀ କୁମାର ସାହୁ ଏବଂ ଥାନାଧିକାରୀ ସୁନୀଲ କୁମାର କର ଡକାୟତି ଗ୍ୟାଙ୍ଗର କଳାକାରନାମା ଉପରୁ ପରଦା ଉଠାଇଛନ୍ତି।
ଅନୁଗୋଳ ଅଞ୍ଚଳର ସୌରଭ ହିନ୍ଦୋଳ ମଦଭାଟି ମ୍ୟାନେଜର ଭାବେ କାର୍ଯ୍ୟ କରନ୍ତି। ଗତ ଜୁନ୍‌ ୧୪ ଅପରାହ୍ନରେ ସେ ହିନ୍ଦୋଳ, ମହୀଧରପୁର, ତଳମୂଳ, ଫୁଲପଡ଼ା ଅଞ୍ଚଳର ଲାଇସେନ୍ସପ୍ରାପ୍ତ ଦେଶୀ ଓ ବିଦେଶୀ ମଦ ଦୋକାନରୁ ଟଙ୍କା ସଂଗ୍ରହ କରି ଅନୁଗୋଳ ଫେରୁଥିଲେ। ଏହି ସମୟରେ ଫୁଲପଡ଼ା ନିକଟରେ ୩ଟି ବାଇକ୍‌ରେ ୮ଜଣ ଯୁବକ ତାଙ୍କୁ ଅଟକାଇଥିଲେ। ଅଭିଯୁକ୍ତମାନେ ଭୁଜାଲିରେ ଆକ୍ରମଣ କରିବା ସହ ସ୍କୁଟି ଏବଂ ସ୍କୁଟିରେ ଥିବା ୫ଲକ୍ଷ ୬ ହଜାର ଟଙ୍କା ଲୁଟି ନେଇଥିଲେ। ଲୁଟ୍‌ର ଶିକାର ହୋଇଥିବା ସୌରଭ ଏ ନେଇ ବଅଁରପାଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଛାନ୍‌ଭିନ୍‌ ବେଳେ ପୋଲିସ ସ୍କାନରକୁ ଆସିଥିଲେ ଘଟଣାର ମାଷ୍ଟର ମାଇଣ୍ଡ ସଞ୍ଜୟ ସାମଲ ଓରଫ୍‌ ଗେତୁ (୨୫)।
ପୋଲିସ ସୂଚନା ଅନୁଯାୟୀ, ସଞ୍ଜୟଙ୍କ ସାତମାଇଲରେ ଏକ ଢାବା ଅଛି। ହିନ୍ଦୋଳରେ ଥିବା ମଦ କାଉଣ୍ଟରରୁ ସେ ମଦ ଆଣନ୍ତି। ମଦ କାରବାର ବେଳେ ଉକ୍ତ କାଉଣ୍ଟରର ବ୍ୟବସାୟ ଏବଂ ଆଦାୟ ହେଉଥିବା ଟଙ୍କା ବିଷୟରେ ଜାଣିପାରିଥିଲେ। ଏହାପରେ ମ୍ୟାନେଜରଙ୍କୁ ଲୁଟ୍‌ କରିବାକୁ ପ୍ରସ୍ତୁତ କରିଥିଲେ ବ୍ଲୁପ୍ରିଣ୍ଟ। ଏଥିପାଇଁ ସେ ସହଯୋଗୀଙ୍କ ସହାୟତା ନେଇଥିଲେ। ସଞ୍ଜୟ ଧରାପଡ଼ିବା ପରେ ପୋଲିସ ଡକାୟତି ଗ୍ୟାଙ୍ଗ୍‌ର ଅନ୍ୟ ସଦସ୍ୟଙ୍କ ବିଷୟରେ ସୂଚନା ପାଇଥିଲା। ସମସ୍ତଙ୍କୁ ଧରିବାକୁ ଜାଲ ବିଛାଇଥିଲା ଅନୁଗୋଳ ସ୍ପେଶାଲ ସ୍କ୍ବାଡ୍‌ ଏବଂ ବଅଁରପାଳ ପୋଲିସ। ବାଲିମି, ହିନ୍ଦୋଳ, ବନ୍ତଳା, ମୋଟଙ୍ଗା ପୋଲିସ ସହାୟତାରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ଏସ୍‌ଡିପିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri