ମଦ ସହ ବାଇକ ଜବତ କରି ପୋଲିସ ଜିମାଦେଲେ ଏସ୍‌ଏଚ୍‌ଜି ମହିଳା

ଦେଓଗାଁ,୨୧ା୭(ଡି.ଏନ.ଏ.)ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କେନ୍ଦୁଘାଟ ଗ୍ରାମର ମହିଳା ଗୋଷ୍ଠୀର ସଦସ୍ୟାମାନେ ରବିବାର ଜଣେ ବେପାରୀଙ୍କଠାରୁ ମଦ ଓ ବାଇକ ଜବତ କରି ପୋଲିସ ଜିମା ଦେଇଛନ୍ତି। ଗ୍ରାମରେ ପ୍ରତିଦିନ ଦେଶୀରନ୍ଧା ମଦ ବିକ୍ରୀ କରୁଥିବାରୁ ଅସାମାଜିକ ବ୍ୟକ୍ତିଙ୍କ ପ୍ରାର୍ଦୁଭାବ ବୃଦ୍ଧି ପାଇବାରେ ଲାଗିଥିଲା। ଅଞ୍ଚଳର ଗରିବ ପରିବାରଗୁଡିକ ଦିନକୁ ଦିନ ତଳିତଳାନ୍ତ ହେଉଥିବାରୁ ମହିଳାମାନେ ଏହାର ପ୍ରତିବାଦ କରିଥିଲେ। ମଦ ବିକ୍ରୀ ବନ୍ଦ କରି କାର୍ଯ୍ୟାନୁଷ୍ଠାନ ନେବାକୁ ସ୍ଥାନୀୟ ପୋଲିସର ସେମାନେ ସହାୟତା ଲୋଡିଥିଲୋ ଗ୍ରାମର ସ୍ବୟଂସହାୟକ ଗୋଷ୍ଠୀର ମହିଳାମାନେ ସମ୍ପୃକ୍ତ ବେପାରୀଙ୍କୁ ମନା କରିବା ସତ୍ତ୍ୱେ କାହାରି କଥା ନ ମାନି ସେ ପ୍ରତିଦିନ ମଦବିକ୍ରି କରିଆସୁଥିଲେ। ଫଳରେ ଗ୍ରାମବାସୀ ତଥା ମହିଳାମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା ା ରବିବାର ସମ୍ପୃକ୍ତ ବ୍ୟବସାୟୀ ଜଣକ ଏକ ବାଇକରେ ଦେଶୀମଦ, ଚାଖଣା ଓ ଜରି ଧରି ଗାଁକୁ ଆସିବାବେଳେ ଗାଁର ମହିଳା ଗୋଷ୍ଠୀ ତାଙ୍କୁ ଘେରିଯାଇ ମଦବିକ୍ରି ବନ୍ଦ କରିବାକୁ କହିଥିଲେ ା ଏହାସହ ସ୍ଥାନୀୟ ସରପଞ୍ଚ ଜୟ ରଣା ଓ ସମିତି ସଭ୍ୟାଙ୍କ ସ୍ବାମୀ ବିଜୟ ରଣାଙ୍କୁ ଘଟଣାସ୍ଥଳକୁ ଡକାଇ ସମସ୍ୟା ଉପରେ ଅବଗତ କରିବାସହ ମଦ ଓ ବାଇକକୁ ଜବତ କରିଥିଲେ ା ପରେ ତୁଷୁରା ଥାନା ଅଧିକାରୀ ଯଶୋବନ୍ତ ପ୍ରଧାନୀଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଭ୍ୟାନ ଘଟଣାସ୍ଥଳରେ ପହଞ୍ଚତ୍ ଦେଶୀମଦ, ବାଇକ ଓ ଜନୈକ ବ୍ୟକ୍ତିଙ୍କୁ ଗିରଫ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri