ମଧୁପୁରଠାରେ ବିଶାଳ ଆଦିବାସୀ ସମାବେଶ, ନୂଆଖାଇ ଭେଟ୍‌; ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହିତ ସାମିଲ ହେଲେ ଆଦିବାସୀ

ଲାଞ୍ଜିଗଡ଼,୩୦।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମପଞ୍ଚାୟତ ମଧୁପୁରଠାରେ ବିଶାଳ ଆଦିବାସୀ ସମାବେଶ ଓ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଦିସ୍କନ୍ଦ ସମାଜ ଚାନ୍ଦାର ପ୍ରଗଣା ଓ କଳାହାଣ୍ଡି ଆଦିବାସୀ ଚେତନା ମଞ୍ଚର ଏହି ବିଶାଳ ସମାବେଶ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲା ଆଦିବାସୀ ଚେତନା ମଞ୍ଚର ସଭାପତି ପରମାନନ୍ଦ ମାଝି ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରି, ସମ୍ମାନିତ ଅତିଥି ଭାବେ ଟିଡିସିସି ଅଧ୍ୟକ୍ଷ ଡମ୍ବରୁଧର ମାଝି, ଓଡିଶା ଆଦିବାସୀ କଲ୍ୟାଣ ମହାସଂଘର ଉପସଭାପତି ଜିତୁ ଜାକାସିକା, ଆଦିବାସୀ କର୍ମଚାରୀ ସମ୍ମନ୍ବୟ ସମିତି ସଭାପତି ଡ. ନିରଦ ଚନ୍ଦ୍ର କହଁର, ଆଦିବାସୀ ଚେତନା ମଞ୍ଚର ସମ୍ପାଦକ ଲକ୍ଷ୍ମଣ ଭୋଇ, ଆଦିବାସୀ କଲ୍ୟାଣ ସଂଘ ସମ୍ପାଦକ ଅନନ୍ତ ଶବର, ଆଦିବାସୀ ସଂଘ ଉପଦେଷ୍ଟା ଋତୁରାଜ ମାଝି, ଆଦିବାସୀ ଗବେଷକ ମେଦିନୀଧର ଜାନୀ, ଆଦିବାସୀ ସଂଘ ଉପସଭାପତି ପ୍ରକାଶ ମାଝି, ଗଣ୍ଡ ସମାଜରଉପଦେଷ୍ଟା ନିରାକାର ପାତ୍ର, କମଳ ମଇଦାନ ସଭାପତି ଦୁର୍ଯ୍ୟୋଧନ ମାଝି, ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷ ଇଂ. ଫକୀରମୋହନ ମାଝି, ଲାଞ୍ଜିଗଡ଼ରୋଡ଼ ସରପଞ୍ଚ ଟଙ୍କଧର ମାଝି, ଗୋବର୍ଦ୍ଧନପୁର ସରପଞ୍ଚ ସୁରେନ୍ଦ୍ର ମାଝି, କିସ୍‌ର କର୍ମକର୍ତ୍ତା ଦୁଷ୍ମନ୍ତ ପ୍ରଧାନ, ଆଦିବାସୀ ନେତ୍ରୀ ଦ୍ରୌପଦୀ ମାଝି, ଡିଓ ଜାକାସିକା, କଳାହାଣ୍ଡି ଭତ୍ରା ସମାଜ ସଭାପତି ନୀଳକଣ୍ଠ ମାଝି ପ୍ରମୁଖ ମଞ୍ଚାସୀନଥିଲେ। ଆଦିବାସୀ ସମାଜ ଆଜି ବି ଉନ୍ନତି କରିପାରି ନାହିଁ । ଏହାର କାରଣ ଅଶିକ୍ଷା, କୁସଂସ୍କାର । ତେବେ ଏସବୁଥିରୁ ମୁକୁଳି ଆଦିବାସୀ ସମାଜକୁ ଆଗକୁ ଅଗ୍ରସର ହେବାକୁ ପଡ଼ିବ । ଏଥିପାଇଁ ଶିକ୍ଷା ଓ ସଚେତନତାର ଆବଶ୍ୟକତା ରହିଛି । ସମାଜର ସମସ୍ତେ ଏ ଦିଗରେ ଯତ୍ନବାନ ହେବା ସହିତ ଏକଜୁଟ୍‌ ହେବାକୁ ପଡ଼ିବ ବୋଲି ଅତିଥିମାନେ କହିଥିଲେ । ଏହି ଅବସରରେ ଆଦିବାସୀ ଭବନ ନିର୍ମାଣ ପାଇଁ ପ୍ରସ୍ତାବ ଆଗତ ହୋଇଥିବାବେଳେ ବିଧାୟକଙ୍କ ଦ୍ୱାରା ଏହାର ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କବିରାଜ ମାଝି, କୁଳମଣି ମାଝି ଓ ଗୋବର୍ଦ୍ଧନପୁର ଆଦିବାସୀ ସମାଜର ତତ୍ତ୍ୱାବଧାନରେ ଅନୁଷ୍ଠିତ ସମାବେଶରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରୁ ଶହଶହ ଆଦିବାସୀ ପୁରୁଷ ଓ ମହିଳା ସାମିଲ ହୋଇଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri