Posted inରାଜ୍ୟ

ମଧୁସୂଦନଙ୍କୁ ମରଣୋତ୍ତର ଭାରତରତ୍ନ ଦାବି

ଭୁବନେଶ୍ୱର,୨୯।୪(ବ୍ୟୁରୋ)-ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ମରଣୋତ୍ତର ‘ଭାରତରତ୍ନ’ ପ୍ରଦାନ କରିବାକୁ ଦାବି କରିଛନ୍ତି ଓଡ଼ିଶାର ସମସ୍ତ ଓକିଲ ସଂଘ। ମଧୁବାବୁଙ୍କ ୧୭୧ତମ ଜୟନ୍ତୀ ଅବସରରେ ରାଜ୍ୟରେ ଥିବା ସମସ୍ତ ଛୋଟବଡ଼ ଓକିଲ ସଂଘ ପକ୍ଷରୁ ରାଜ୍ୟପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯିବା ସହ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ମଧୁବାବୁଙ୍କୁ ମରଣୋତ୍ତର ଭାରତରତ୍ନ ଦାବିରେ ଲୟର୍ସ ଗ୍ରୁପ୍‌ ପକ୍ଷରୁ ମଧୁବାବୁଙ୍କ ପ୍ରଥମ କର୍ମକ୍ଷେତ୍ର କୋଲକାତାରୁ ଦସ୍ତଖତ ଅଭିଯାନ ଆରମ୍ଭ ହେବା ପରେ ଆଣ୍ଡାମାନ, କର୍ନାଟକ ସମେତ ବିଭିନ୍ନ ରାଜ୍ୟ ଏବଂ ଓଡ଼ିଶାର ବିଭିନ୍ନ ଜିଲାରେ ଏହି ଅଭିଯାନ କରାଯାଇଛି।

ଅନ୍ୟପକ୍ଷରେ ଭୁବନେଶ୍ୱର ବାର୍‌ ଆସୋସିଏଶନ ପକ୍ଷରୁ ରବିବାର ବାର୍‌ ଆସୋସିଏଶନ କାର୍ଯ୍ୟାଳୟରେ ଅନୁଷ୍ଠିତ ଜୟନ୍ତୀ ଉତ୍ସବରେ ମୁଖ୍ୟଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଡ. ଗଣେଶୀ ଲାଲ୍‌ ଯୋଗଦେଇଥିଲେ। ମଧୁବାବୁ କେବଳ ଓଡ଼ିଶା ନୁହେଁ, ସମଗ୍ର ବିଶ୍ୱର ଅସ୍ମିତାର ପ୍ରତୀକ। ତାଙ୍କ କୃତିତ୍ୱ, ଅବଦାନ ପାଇଁ ସେ ଭାରତରତ୍ନ ନୁହେଁ, ବରଂ ବିଶ୍ୱରତ୍ନ ପାଇବାର ଯୋଗ୍ୟ। ଯଦି ସେଭଳି ସମ୍ମାନ ଥାଆନ୍ତା, ତା’ ହେଲେ ତାହା ବି ତାଙ୍କ ପାଇଁ ଛୋଟ ହୋଇଥାଆନ୍ତା ବୋଲି ରାଜ୍ୟପାଳ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ହାଇକୋର୍ଟ ମୁଖ୍ୟ ବିଚାରପତି କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀ ଯୋଗଦେଇ ମଧୁବାବୁଙ୍କର ଓଡ଼ିଶା ପ୍ରତି ରହିଥିବା ଅବଦାନ ସମ୍ପର୍କରେ କହିଥିଲେ। ଏହି ଅବସରରେ ଚଳିତବର୍ଷ ଲାଗି ଜଷ୍ଟିସ୍‌ ପ୍ରମଥ ପଟ୍ଟନାୟକଙ୍କୁ ‘ମଧୁସୂଦନ ଦାସ ସମ୍ମାନ’ରେ ସମ୍ମାନିତ କରାଯାଇଥିଲା। ମହାତ୍ମା ଗାନ୍ଧୀଙ୍କ ଭଳି ଓଡ଼ିଶାର ସବୁ କୋର୍ଟରେ ମଧୁସୂଦନ ଦାସଙ୍କ ଫଟୋ ସ୍ଥାନିତ କରିବାକୁ ଭୁବନେଶ୍ୱର ବାର୍‌ ଆସୋସିଏଶନ ଉପସଭାପତି ଶୀଳଭଦ୍ର ଶାସ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆସୋସିଏଶନ ସଭାପତି ବୀରେନ୍ଦ୍ର କୁମାର ପଟ୍ଟନାୟକ ଓ ସମ୍ପାଦକ ବିଶ୍ୱନାରାୟଣ ମହାନ୍ତି ଉପସ୍ଥିତ ଥିଲେ। ଏହି ଅବସରରେ ଅନୁଷ୍ଠିତ କବିତା ପାଠୋତ୍ସବରେ ଉପସ୍ଥିତ ଆଇନଜୀବୀମାନେ ସ୍ବରଚିତ କବିତା ଆବୃତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?