ମଧୁ ଆପ୍‌କୁ ପ୍ରଶଂସା କଲେ ସଚିବ

ଛତ୍ରପୁର,୨୫ା୧୨(ଡି.ଏନ୍‌.ଏ.)- ଭୁବନେଶ୍ୱରଠାରେ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଭିଡିଓ କନଫରେନ୍ସିଂ ଜରିଆରେ ଶିକ୍ଷା ସମ୍ବନ୍ଧୀୟ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ଛତ୍ରପୁରସ୍ଥିତ ସମଗ୍ର ଶିକ୍ଷା ଅଭିଯାନ ସମ୍ମିଳନୀ ଗୃହରେ ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀ ସନାତନ ପଣ୍ଡା, ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ଅବିନାଶ ଶତପଥୀ, ସମଗ୍ର ଶିକ୍ଷା ଅଭିଯାନର ସଂଯୋଜକ, ବ୍ଲକ ଶିକ୍ଷା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଗଞ୍ଜାମ ଜିଲା ପକ୍ଷରୁ ପ୍ରସ୍ତୁତ ହୋଇଥିତ୍ବା ‘ମଧୁ’ ଆପ୍‌କୁ ସଚିବ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଥିବା ଏହି ଆପ୍‌ ଦ୍ୱାରା ଛାତ୍ରୀଛାତ୍ରମାନେ ନିଜର ପାଠ୍ୟ ଉପରେ ଥିବା ସନ୍ଦେହକୁ ଦୂର କରିପାରୁଛନ୍ତି। ପରେ ଗାରିମା ଆୱାର୍ଡ ଉପରେ ଆଲୋଚନା ହୋଇଥିଲା। ଛାତ୍ରୀଛାତ୍ରଙ୍କ ସଫଳତାକୁ ଆଧାର କରି ସ୍କୁଲଗୁଡିକୁ ବ୍ରୋଞ୍ଜ ଆୱାର୍ଡ ମିଳିବ। ପରେ ସିଲଭର ଓ ଗୋଲ୍ଡ ଆୱାର୍ଡ ମିଳିବା ନିୟମ ରହିଛି। ବ୍ରୋଞ୍ଜ ଆୱାର୍ଡ ମିଳିଲେ ସ୍କୁଲ କାନ୍ଥରେ ୩ଟି ଷ୍ଟାର ଲଗାଯିବ। ଏହାର କିଭଳି ସଫଳ ରୂପାୟନ ହେବ ତାହା ଉପରେ ସଚିବ ଗୁରୁତ୍ୱାରୋପ କରିଛନ୍ତି। ନକଲି ପ୍ରମାଣପତ୍ର ଦାଖଲ କରି ନିଯୁକ୍ତି ପାଇଥିବା ଶିକ୍ଷକମାନଙ୍କର ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। କମ୍‌ ପିଲା ଥିବା ସ୍କୁଲକୁ ନିକଟବର୍ତ୍ତୀ ସ୍କୁଲ ସହ ମିଶ୍ରଣ ଓ ଅନଲାଇନ୍‌ରେ ଟ୍ରାନ୍ସଫର ହୋଇଥିବା ଶିକ୍ଷକ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ଭିଡିଓ କନଫରେନ୍ସିଂ ପରେ ଜିଲା ଶିକ୍ଷା ଅଧିକାରୀ ପଣ୍ଡା ସମୀକ୍ଷା କରିଥିଲେ। ଗାରିମା, ମଧୁ ଆପ୍‌ ଉପରେ ଅଧିକ ଧ୍ୟାନ ଦେବାକୁ ସେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri