Posted inବରଗଡ଼

ମଧ୍ୟପ୍ରଦେଶରେ ଫସିଛନ୍ତି ୧୪ ଶ୍ରମିକ: ଉଦ୍ଧାର ପାଇଁ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୫।୫-ସାରା ଦେଶରେ ଲକ ଡାଉନ ଜାରି ରହିଛି। ଏପରିସ୍ଥିତିରେ ଗୁଜୁରାଣ ମେଣ୍ଟାଇବା ପାଇଁ ମଧ୍ୟପ୍ରଦେଶ ଯାଇଥିବା ବରଗଡ଼ ଓ ସୁନ୍ଦରଗଡ଼ ଜିଲାର ୧୪ ଜଣ ଶ୍ରମିକ ସେଠାରେ ଫସି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଉକ୍ତ ଶ୍ରମିକମାନେ ଉଭୟ ଓଡ଼ିଶା ଏବଂ ମଧ୍ୟପ୍ରଦେଶ ସରକାରଙ୍କୁ ଆକୁଳ ନିବେଦନ କରିଛନ୍ତି।
ସୂଚନା ମୁତାବକ, ବରଗଡ଼ର ୫ ଏବଂ ସୁନ୍ଦରଗଡ଼ର ୯ଜଣ ଶ୍ରମିକ ଗୁଜୁରାଣ ମେଣ୍ଟାଇବା ପାଇଁ ମଧ୍ୟପ୍ରଦେଶ ରାଜ୍ୟର ଧର ଜିଲା ମନୱାର ବ୍ଲକ ତୋନକି ନିକଟରେ ଥିବା ଏକ ସିମେଣ୍ଟ କାରଖାନାରେ ଶ୍ରମିକ ଭାବେ କାମ କରୁଥିଲେ। ମାତ୍ର ଲକ୍‌ ଡାଉନ୍‌ ପରେ ସେଠାରେ କାମ ବନ୍ଦ ହୋଇଯାଇଛି। ଫଳରେ ସେମାନଙ୍କ ରୋଜଗାର ଠପ ହୋଇପଡ଼ିଛି। ଅପରପକ୍ଷେ ସେମାନେ ରହୁଥିବା ଅଞ୍ଚଳ ରେଡ୍‌ଜୋନ୍‌ ମଧ୍ୟରେ ରହିଛି। ଫଳରେ ଶ୍ରମିକମାନେ ସେଠାରୁ ବାହାରି ପାରୁ ନ ଥିବା ପ୍ରକାଶ କରିଛନ୍ତି। ଅନ୍ୟପଟେ ସେଠାରୁ ବରଗଡ଼ ପ୍ରାୟ ୧୧୦୦ କି.ମି ଦୂର ହୋଇଥିବାବେଳେ ଗାଡ଼ି ଭଡ଼ା ଖର୍ଚ୍ଚ ପାଇଁ ସେମାନଙ୍କ ପାଖରେ ସମ୍ବଳ ନ ଥିବା ପ୍ରକାଶ କରିଛନ୍ତି। ଉକ୍ତ ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା ଯୋଖିପାଲି ଗ୍ରାମର ସାମାଜିକ କର୍ମୀ ଦିବସ କୁମାର ସାହୁ ସେମାନଙ୍କୁ ଉଦ୍ଧାର କରିବା ପାଇଁ ଓଡ଼ିଶା ଏବଂ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରି ସମ୍ପୃକ୍ତ ଶ୍ରମିକଙ୍କୁ ଘରକୁ ଆଣିବା ଦିଗରେ ପଦକ୍ଷେପ ନେବା ପାଇଁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

କଳ୍ପନାଜଳ୍ପନାର ଅନ୍ତ: ବର୍ଷାଙ୍କୁ ପୁଣି ଭରସା କଲା ବିଜେଡ଼ି

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ):ଆସନ୍ତା ନିର୍ବାଚନ ପାଇଁ ବିଜେଡି ବରଗଡ଼ ଜିଲାର ୫ ବିଧାନସଭା ନିର୍ବାଚନ ଣ୍ଡଳୀ ମଧ୍ୟରୁ ପଦ୍ମପୁର ଆସନକୁ ପ୍ରାର୍ଥୀ ଘୋଷଣାର ଚତୁର୍ଥ ପର୍ଯ୍ୟାୟ ପର୍ଯ୍ୟନ୍ତ...

ୟୁପିଏସ୍‌ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି)ରେ ୨୪...

ହାତ ଛାଡିଲେ ପୂର୍ବତନ ବିଧାନସଭା ପ୍ରାର୍ଥୀ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସକୁ ଏକ ଝଟକା ଲାଗିଛି। ଜିଲାର ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୨୦୧୯ ନିର୍ବାଚନରେ ଦଳୀୟ ପ୍ରାର୍ଥୀ ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri