Posted inଜାତୀୟ

ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ: ନିଜ ନିଜ ବିଧାୟକଙ୍କୁ ଏକାଠି କରିବାରେ ଲାଗିଛନ୍ତି ଭାଜପା-କଂଗ୍ରେସ

ନୂଆଦିଲ୍ଲୀ,୧୧।୩: ହୋଲି ଉତ୍ସବ ଅବସରରେ ମଧ୍ୟପ୍ରଦେଶ ରାଜନୀତିରେ ଦେଖିବାକୁ ମିଳିଛି ଅନେକ ରଙ୍ଗ। କଂଗ୍ରେସ ଉପରେ ଅସନ୍ତୁଷ୍ଟ ହୋଇ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର ଦଳରୁ ଇସ୍ତଫା ଦେଇଛନ୍ତି। ଏହାପରେ ଆଉ ୧୯ ବିଧାୟକ ମଧ୍ୟ ଦଳରୁ ଇସ୍ତଫା ଦେଇଥିବା ଦେଖାଯାଇଥିଲା। ଫଳରେ କମଳନାଥ ସରକାରଙ୍କ ଉପରେ ସଙ୍କଟ ଦୃଷ୍ଟି ଗୋଚର ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ଜ୍ୟୋତିରାଦିତ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ୍‌ କରିଥିଲେ। ଏହାପରେ ଆଲୋଚନା ହେଉଛି କି ଖୁବ୍‌ଶୀଘ୍ର ସେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେବେ। ଇତିମଧ୍ୟରେ ମଧ୍ୟପ୍ରଦେଶର କଂଗ୍ରେସ ସରକାରଙ୍କୁ ଭାଙ୍ଗିବାକୁ ଯାଇ ଭାଜପାର କେତେଜଣ ବିଧାୟକ ବିଳମ୍ବିତ ରାତିରେ ଗୁରୁଗ୍ରାମ ପହଞ୍ଚିଥିବା ଜଣାପଡିଛି। ସେପଟେ କଂଗ୍ରେସରୁ ଇସ୍ତଫା ଦେଇଥିବା ୧୯ ବିଧାୟକଙ୍କୁ ଭାଜପାରେ ସାମିଲ କରିବାକୁ ପ୍ରୟାସ ଚାଲିଥିବା ବେଳେ ଏପଟେ କମଳନାଥଙ୍କ ସରକାର ଆହୁରି ଖରାପ ସ୍ଥିତିକୁ ଯିବା ପୂର୍ବରୁ ବାକିଥିବା ବିଧାୟକଙ୍କୁ ବୁଧବାର ସକାଳେ ଜୟପୁର ପଠାଇବା ବ୍ୟବସ୍ଥା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri