Posted inଖେଳ

ମଧ୍ୟପ୍ରଦେଶ କ୍ରିକେଟ କୋଚ୍‌ ହେବେ ପଣ୍ଡିତ୍‌

ମୁମ୍ବାଇ, ୨୫ା୩ (ପି.ଟି.): ଭାରତର ସବୁଠାରୁ ସଫଳ ଘରୋଇ କୋଚ୍‌ ବୋଲି କୁହାଯାଉଥିବା ଚନ୍ଦ୍ରକାନ୍ତ ପଣ୍ଡିତ ଆସନ୍ତା ସିଜନରେ ମଧ୍ୟ ପ୍ରଦେଶ କ୍ରିକେଟ କୋଚ୍‌ ଭାବେ କାର୍ଯ୍ୟ କରିବେ। ପଣ୍ଡିତ୍‌ ୩ବର୍ଷ ଧରି ବିଦର୍ଭ ରଣ୍‌ଜୀ ଦଳର କୋଚ୍‌ ଭାବେ କାର୍ଯ୍ୟକରିଛନ୍ତି। ତାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ବିଦର୍ଭ ପଛକୁ ପଛ ରଣଜୀ ଟ୍ରଫି ଏବଂ ଇରାନୀ ଟ୍ରଫି ହାସଲ କରିପାରିଛି। ସୂଚନାଯୋଗ୍ୟ, ପଣ୍ଡିତ୍‌ ପ୍ରଥମ ଶ୍ରେଣୀ କ୍ରିକେଟରେ ମୁମ୍ବାଇ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଛନ୍ତି। ଦଳ ପକ୍ଷରୁ ତାଙ୍କର ପ୍ରଦର୍ଶନ ମଧ୍ୟ ଉଲ୍ଲେଖନୀୟ ରହିଛି। କିଛି ସମୟ ପାଇଁ ସେ ଆସାମ ଦଳ ପାଇଁ ଖେଳିଛନ୍ତି। ସେ ତାଙ୍କ କ୍ୟାରିୟରର ଶେଷ ପର୍ଯ୍ୟାୟରେ ଜଣେ ପ୍ରଫେସନାଲ ଖେଳାଳି ଭାବେ ମଧ୍ୟପ୍ରଦେଶରୁ ମଧ୍ୟ ପ୍ରତିନିଧିତ୍ୱ କରିଛନ୍ତି। କୋଚ୍‌ ଭାବେ ମଧ୍ୟ ପ୍ରଦେଶକୁ ସେ ଟ୍ରଫି ଜିତାଇବେ ବୋଲି ଦୃଢତାର ସହିତ କହିଛନ୍ତି। ମୁଁ ବହୁତ ରାଜ୍ୟ ସହ କାର୍ଯ୍ୟକରିଛି। ପୂର୍ବରୁ ମଧ୍ୟ ପ୍ରଦେଶ ତରଫରୁ ଜଣେ ପ୍ରଫେସନାଲ ହିସାବରେ କୋଚ୍‌, ଖେଳାଳି ଏବଂ ଅଧିନାୟକ ଭାବେ ଦାୟିତ୍ୱ ନିର୍ବାହ କରିସାରିଛି। ତେଣୁ ଏଠିକାର ପରିବେଶ ସହିତ ମୁଁ ଅଭ୍ୟସ୍ତ ବୋଲି ପଣ୍ଡିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri