ମଧ୍ୟବର୍ତ୍ତିକାଳୀନ କ୍ଷତିପୂରଣ ସହ ପୀଡ଼ିତାଙ୍କୁ ସୁରକ୍ଷା ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାକତ୍ାର ଘଟଣାକୁ ନେଇ ରାଜ୍ୟ କଂଗ୍ରେସର ଏକ ପ୍ରତିନିଧି ଦଳ ମଙ୍ଗଳବାର ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କୁ ଭେଟିଛନ୍ତି। ପୂର୍ବତନ ଏମ୍‌ପି ପ୍ରଦୀପ ମାଝିଙ୍କ ନେତୃତ୍ୱରେ ଉକ୍ତ ଟିମ୍‌ କମିଶନଙ୍କୁ ଭେଟି ପୀଡିତାଙ୍କୁ ମଧ୍ୟବର୍ତ୍ତିକାଳୀନ ସହାୟତା ସହ ସୁରକ୍ଷା ଦାବି କରିଛନ୍ତି। ପୀଡିତାଙ୍କୁ ବିଭିନ୍ନ ଧମକପୂର୍ଣ୍ଣ ଫୋନ୍‌ କଲ୍‌ ଆସୁଥିବାରୁ ପରିବାର ଲୋକେ ଭୟ ଓ ଆଶଙ୍କାରେ ରହିଛନ୍ତି। ଆଗକୁ ପୀଡିତା ଜଣକ ଦଶମ ପରୀକ୍ଷା ଦେବାକୁ ଥିବାବେଳେ ତାଙ୍କର ସୁରକ୍ଷା ସଂକ୍ରାନ୍ତରେ କଂଗ୍ରେସ ଟିମ୍‌ କମିଶନକୁ ଜଣାଇଛନ୍ତି। କମିଶନ ଘଟଣାକୁ ଗୁରୁତ୍ୱର ସହ ଗ୍ରହଣ କରିବା ସହ ମାମଲାର ତଦନ୍ତରେ ଶିଥିଳତାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ୧୦ମ ପରୀକ୍ଷା ଶେଷ ହେବା ପର୍ଯ୍ୟନ୍ତ ଜଣେ ମହିଳା ପୋଲିସ କର୍ମୀ ପୀଡିତାଙ୍କ ସହ ରହିବେ। ତାଙ୍କ ପରିବାର ଲୋକଙ୍କୁ ମଧ୍ୟ ସୁରକ୍ଷା ଯୋଗାଇ ଦିଆଯିବ। ଆଇନ ଅନୁଯାୟୀ ପୀଡିତାଙ୍କୁ ମଧ୍ୟବର୍ତ୍ତିକାଳୀନ କ୍ଷତିପୂରଣ ଦେବାକୁ କମିଶନ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେବା ସହ ସର୍ବଶେଷ ରିପୋର୍ଟ ୭ ଦିନ ଭିତରେ ଦାଖଲ କରିବାକୁ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏନେଇ ପ୍ରଦୀପ ମାଝି କହିଛନ୍ତି ଯେ, ପିଡ଼ୀତାଙ୍କ ପରିବାରକୁ ସୁରକ୍ଷା ଦେବା ବଡ଼ ପ୍ରଶ୍ନ ହୋଇଛି। ଓଏଚ୍‌ଆରସି ଏହି ମାମଲାକୁ ଗୁରୁତ୍ୱ ଦେଇ କ୍ଷତିପୂରଣ ଓ ସୁରକ୍ଷା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳ ଓ ଏସ୍‌ପି ତଦନ୍ତ ରିପୋର୍ଟ ଦାଖଲ କରିବେ। ମାମଲାର ପରବର୍ତ୍ତୀ ଶୁଣାଣି ଆଗାମୀ ୧୦ ତାରିଖକୁ କମିଶନ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri