Posted inଜାତୀୟ

ମଧ୍ୟସ୍ଥତା ବାଧ୍ୟତାମୂଳକ ହେଉ: ସିଜେଆଇ

ନୂଆଦିଲ୍ଲୀ,୯ା୨(ପି.ଟି.): କୌଣସି ମକଦ୍ଦମା ଚଳାଇବା ପୂର୍ବରୁ ଏହାର ସମାଧାନ ମଧ୍ୟସ୍ଥତା ମାଧ୍ୟମରେ କରାଇବା ଆବଶ୍ୟକ। ଏଥିପାଇଁ ବିସ୍ତୃତ ଆଇନ ଆଣିବାର ସମୟ ଆସିଛି ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେ ଶନିବାର କହିଛନ୍ତି। ଏହାଦ୍ୱାରା ତ୍ୱରିତ ନ୍ୟାୟ ପ୍ରଦାନ କରାଯିବା ସହ ଉଭୟ ପକ୍ଷ ଏବଂ ଅଦାଲତଙ୍କ ବରବାଦ ହେଉଥିବା ସମୟକୁ ହ୍ରାସ କରାଯାଇପାରିବ। ‘ଜଗତୀକରଣ ଯୁଗରେ ମଧ୍ୟସ୍ଥତା’ ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀର ତୃତୀୟ ସଂସ୍କରଣରେ ଉଦ୍‌ବୋଧନ ଦେଇ ଜଷ୍ଟିସ୍‌ ବୋବ୍‌ଡେ କହିଥିଲେ, ଏକ ମଜଭୁତ ‘ମଧ୍ୟସ୍ଥତା ବାର୍‌’ ଭାରତରେ ଆନୁଷ୍ଠାନିକ ମଧ୍ୟସ୍ଥତା ବିକାଶ ଲାଗି ବିଚାରଯୋଗ୍ୟ। ଜ୍ଞାନ ଓ ଅଭିଜ୍ଞତା ଥିବା ଆଇନଜୀବୀମାନଙ୍କ ପାଇଁ ଏହା ଉପଲବ୍ଧ ହୋଇପାରିବ ବୋଲି ସିଜେଆଇ କହିଥିଲେ। ଅନ୍ତର୍ଜାତୀୟ ବାଣିଜ୍ୟ, ବ୍ୟବସାୟ ଏବଂ ପୁଞ୍ଜିନିବେଶ ଭିତ୍ତିଭୂମିରେ ମଧ୍ୟସ୍ଥତା ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଉଛି। ଏହା ବିଶ୍ୱ ସମୁଦାୟ ଓ ବାଣିଜ୍ୟ ଓ ବୃହତ୍‌ ନିବେଶକମାନଙ୍କ ପାଇଁ ଅତି ଜରୁରୀ ହୋଇପଡ଼ିଛି। ବ୍ୟବସାୟିକ ଅଦାଲତ ଆଇନରେ ପ୍ରାକ୍‌ ଆନୁଷ୍ଠାନିକ ମଧ୍ୟସ୍ଥତା ଓ ସମାଧାନ ବ୍ୟବସ୍ଥା ରହିଛି। ଏହାକୁ ଅନ୍ୟ ମାମଲା କ୍ଷେତ୍ରରେ ପ୍ରୟୋଗ କଲେ ବହୁ ଲାଭ ମିଳିପାରିବ ବୋଲି ସିଜେଆଇ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?