ମଧ୍ୟାହ୍ନଭୋଜନ ଅଣ୍ଡା ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା:ଡାକ୍ତରୀ ଦଳ ପକ୍ଷରୁ ବିଦ୍ୟାଳୟରେ ସ୍ବାସ୍ଥ୍ୟ ପରୀକ୍ଷା

ଖଣ୍ଡପଡ଼ା,୧୯ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବାଣପୁର ପଞ୍ଚାୟତସ୍ଥ ଘଣାଶାଳିଆ ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଅଣ୍ଡା ଖାଇ ୧୪ ଛାତ୍ରୀଛାତ୍ର ଅସୁସ୍ଥ ହୋଇଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେଣୁ ଗୁରୁବାର ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ନୂଆଗଡିଆ ସାହି ଓ କଣ୍ଟିଲୋ ସ୍ବାସ୍ଥ୍ୟକେନ୍ଦ୍ରରୁ ଡା. ଜର୍ଜ ସତ୍ୟବ୍ରତ, ଡା. ଏଲୋରା ଦାସ, ପବ୍ଲିକ ହେଲଥ୍‌ ଏକ୍ସଟେନ୍‌ସନ ଅଫିସର ସ୍ନେହାଞ୍ଜଳି ପଣ୍ଡା ଓ ୨ ସୁପରଭାଇଜର ବିଦ୍ୟାଳୟରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନପୂର୍ବକ ରିପୋର୍ଟ ପ୍ରଦାନ କରିଛନ୍ତି ା ସମ୍ପୃକ୍ତ ବିଦ୍ୟାଳୟରେ ପାନୀୟ ଜଳର ସୁବିଧା ରହିଥିବା ଓ ୨/୩ ଜଣ ବାନ୍ତି କରିବା ଦେଖି ଅନ୍ୟ ପିଲାମାନେ ମଧ୍ୟ ବାନ୍ତି କରିବା ଆରମ୍ଭ କରିଦେଇଥିଲେ ବୋଲି ଡାକ୍ତରାଣୀ ଦାସ ସୂଚନା ଦେଇଥିଲେ। ସେ ଫୁଡ୍‌ ପଏଜନ୍‌ ହୋଇ ନ ଥିବା ଓ ଅନେକ ଛାତ୍ରୀଛାତ୍ର ୩/୪ଟି ଅଣ୍ଡା ଖାଇଥିବାବେଳେ କୌଣସି ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇ ନ ଥିବା ସୂଚନା ଦେଇଥିଲେ। ସକାଳେ କିଛି ଖାଇ ନ ଥିବାରୁ ଡିହାଇଡ୍ରେସନ ହୋଇଥାଇପାରେ ବୋଲି ଡା. ଦାସ କହିଥିଲେ ା ଏହାବ୍ୟତୀତ ମଧ୍ୟାହ୍ନଭୋଜନରେ କିଛି ତ୍ରୁଟି ନ ଥିବା ଅନୁଧ୍ୟାନକାରୀ ଦଳଠାରୁ ସୂଚନା ମିଳିଛି ା ଏହି ଦଳ ଅପରାହ୍ନରେ ବିଦ୍ୟାଳୟରେ ପହଞ୍ଚତ୍ ପୂର୍ବରୁ କଣ୍ଟିଲୋ ମେଡିକାଲକୁ ଚିକିତ୍ସା ପାଇଁ ଆସିଥିବା ୫ମ ଶ୍ରେଣୀ ଛାତ୍ରୀ ଜ୍ୟୋତିର୍ମୟୀ ରାଉତ, ଅଭିଷେକ ପ୍ରଧାନ, ପ୍ରଶାନ୍ତି ପ୍ରଧାନ, ନିରଞ୍ଜନ ଦଳାଇ ଓ ୪ର୍ଥ ଶ୍ରେଣୀ ଛାତ୍ରୀ ସ୍ମିତା ରାଉତ, ଅନୁପମା ରାଉତ, ସାଇରାମ ଦଳାଇ, ରାଜା ଯେନା, ଝରଣା ବେହେରା, ବର୍ଷା ବେହେରା, ସୁମନ୍ତ ବେହେରା, ବର୍ଷା ରାଣୀ ଯେନା, ରୁଦ୍ର ନାରାୟଣ ସ୍ବାଇଁ, ବର୍ଷା ରାଉତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍‌କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର…

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ ମଇଁଷି ମୃତ, ଗାଁରେ ଉତ୍ତେଜନା

ନୟାଗଡ଼,୯।୬( ଲୋକନାଥ ମିଶ୍ର):ନୟାଗଡ଼ ବ୍ଲକ ମଙ୍ଗରାଜପୁର ଗାଁ ଗହୀରରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମଇଁଷିଙ୍କର ମୃତ୍ୟୁ ହୋଇଛି। ମଙ୍ଗରାଜପୁର ଗାଁର ରାମ ବେହେରା ନିଜର…

ପଞ୍ଚାୟତ ଅଫିସ ନିକଟରେ ପଡ଼ିଛି ମହିଳାଙ୍କ କ୍ଷତାକ୍ତ ମୃତଦେହ, ହତ୍ୟା ଅଭିଯୋଗ ଆଣି…

ନୟାଗଡ଼,୪ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଘୋଳାହାଣ୍ଡି ପଞ୍ଚାୟତ ଅଫିସ ନିକଟରୁ ଜଣେ ମହିଳାଙ୍କ କ୍ଷତାକ୍ତ ମୃତଦେହ ଜବତ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri