ମଧ୍ୟାହ୍ନଭୋଜନ ଦିଗହରା: ଭାତ ବଦଳରେ ମିଳିଲା ବିସ୍କୁଟ

ସଜନାଗଡ଼, ୪।୧୨(ଡି.ଏନ.ଏ.)-ରାଜ୍ୟ ସରକାର ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନଙ୍କ ଲାଗି ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ଏପରିକି ବିଦ୍ୟାଳୟର ରୋଷେଇ ହେଲେ ଶିକ୍ଷାଦାନରେ ବାଧା ଉପୁଜିବା ଆଶଙ୍କା କରି ଏକ ମାସ ହେବ ବାହାରୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସିରେ ୧୮ଗୋଟି ବିଦ୍ୟାଳୟକୁ ସେରଗଡ଼ସ୍ଥିତ କିଚେନ ସେଣ୍ଟରରୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ମାତ୍ର ସରକାରଙ୍କର ଏହି ଯୋଜନା ଦିଗହରା ହେଉଥିବାର ଦେଖିବାକୁ ମିଳିଛି। ମଧ୍ୟାହ୍ନ ଭୋଜନରେ ଭାତ ବଦଳରେ ପୂର୍ବରୁ ମୁଢ଼ି ମିଳୁଥିବାର ଅଭିଯୋଗ ହେଉଥିଲା ବେଳେ ମଙ୍ଗଳବାର ଛାତ୍ରୀଛାତ୍ରମାନେ ବିସ୍କୁଟ ଖାଇଥିବା ନଜରକୁ ଆସିଛି।
ନୀଳଗିରି ଏନ୍‌ଏସି ୯ନଂ. ୱାର୍ଡ଼ରେ କାହାଳିଆ ଗ୍ରାମର ବଂଶୀଧର ନୋଡ଼ାଲ ସ୍କୁଲରେ କିଛିଦିନ ପୂର୍ବରୁ ତରକାରୀ ବହୁ ବିଳମ୍ବରେ ଆସିବାରୁ ଛାତ୍ରୀଛାତ୍ରମାନେ ଲୁଣ ଲଗାଇ ଭାତ ଖାଇଥିଲେ। ଏହି ଘଟଣା ମନରୁ ନ ଯାଉଣୁ ମଙ୍ଗଳବାର ନୀଳଗିରି ଏନ୍‌ଏସି ୧୦ନଂ. ୱାର୍ଡ଼ର ଥିବା ତଳକାହାଳିଆ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଭାତ ବଦଳରେ ବିସ୍କୁଟ ଖାଇଥିବା ଜଣାପଡିଛି। ସୋମବାର ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭାସ୍କର ପଣ୍ଡା ୫୦ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ ପାଇଁ ଏସ୍‌ଏମଏସ୍‌ ପଠାଇଥିଲେ। ମଙ୍ଗଳବାର ସମ୍ପୃକ୍ତ ଭେଣ୍ଡର ୧୦ ଜଣ ପିଲାଙ୍କ ପାଇଁ ମଧ୍ୟାହ୍ନଭୋଜନ ଆଣିଥିବା ବେଳେ ଅବଶିଷ୍ଟ ୪୦ଜଣ ଛାତ୍ରୀଛାତ୍ର ଉପାସରେ ରହିବା ନେଇ ପ୍ରଧାନଶିକ୍ଷକ ସଙ୍ଗେ ସଙ୍ଗେ ସ୍କୁଲର ଚେୟାରମ୍ୟାନଙ୍କୁ ଡକାଇଥିଲେ। ପରେ ବହୁ ଅଭିଭାବକ ସ୍କୁଲରେ ପହଞ୍ଚତ୍ ଏପରି ଅବ୍ୟବସ୍ଥାକୁ ନିନ୍ଦା କରିବା ସହିତ ଉକ୍ତ ରନ୍ଧାଖାଦ୍ୟ ଯୋଜନା ସମ୍ପୂର୍ଣ୍ଣ ଦିଗହରା ଯୋଜନା ବୋଲି ପ୍ରକାଶ କରିଥିଲେ। ପରେ ଭେଣ୍ଡରଜଣକ ୫ଟଙ୍କିଆ ବିସ୍କୁଟ ପିଲାଙ୍କୁ ଦେଇଥିବା ଦେଖିବାକୁ ମିଳିଛି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏହି ଘଟଣା ଜାଣିବା ପରେ ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ନୀଳଗିରି ବିଇଓ ଭଗୀରଥ ଗିରି ଘଟଣାର ତଦନ୍ତ କରି ରିପୋର୍ଟ ବାଲେଶ୍ୱର ଶିକ୍ଷାଧିକାରୀଙ୍କୁ ପ୍ରଦାନ କରିଥିବାର ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri