ମଧ୍ୟାହ୍ନଭୋଜନ ପ୍ରସ୍ତୁତ କେନ୍ଦ୍ର ଉଦ୍‌ଘାଟିତ

ବାଲେଶ୍ୱର ଅଫିସ, ୧୬।୧୦-ବାଲେଶ୍ୱର ସେରଗଡ଼ସ୍ଥିତ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କେନ୍ଦ୍ରକୁ ମଙ୍ଗଳବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଉଦ୍‌ଘାଟନ କରିଛନ୍ତି। ପୌରାଞ୍ଚଳର ୫୨ଟି ସ୍କୁଲରେ ପଢୁଥିବା ୮,୨୦୦ ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନଭୋଜନ ଉକ୍ତ କେନ୍ଦ୍ରରୁ ପ୍ରସ୍ତୁତ କରାଯାଇ ବିତରଣ କରାଯାଇଛି। ଆସନ୍ତା ୨୪ ତାରିଖରୁ ନୀଳଗିରି ଏନ୍‌ଏସିରେ ୨୪ଟି ବିଦ୍ୟାଳୟର ୧୯୬୯ ଛାତ୍ରୀଛାତ୍ରଙ୍କ ପାଇଁ ମଧ୍ୟ ପ୍ରସ୍ତୁତ କରାଯାଇ ସିଧାସଳଖ ଭାବେ ସ୍କୁଲରେ ବିତରଣ କରାଯିବ।
ଏହାର ଦାୟିତ୍ୱ ବାଗଦଙ୍ଗା ପଶ୍ଚିମଘେରି ଦିସା ଲକ୍ଷ୍ମୀ କ୍ଲବ ତୁଲାଉଛନ୍ତି। ଆୟୋଜିତ ଉତ୍ସବରେ ଜିିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଜିଲାରେ ପ୍ରଥମଥର ପାଇଁ ବାଲେଶ୍ୱର ମ୍ୟୁନିସିପାଲିଟି ଅଧୀନରେ ଥିବା ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଏହି ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମରେ ସାମିଲ୍‌ କରାଯାଇଥିବା ବେଳେ ପରବର୍ତ୍ତୀ ଅବସ୍ଥାରେ ଅନ୍ୟାନ୍ୟ ଏନ୍‌ଏସି ଓ ବ୍ଲକ ଅଞ୍ଚଳରେ ବିଦ୍ୟାଳୟଗୁଡ଼ିକୁ ସାମିଲ୍‌ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri