ତୁମୁଡ଼ିବନ୍ଧ,୨୨ା୯(ଡ଼ି.ଏନ.ଏ.)-ତୁମୁଡିବନ୍ଧ ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ବେଳେ ତରକାରୀରେ ଏକ ମଲା ଝିଟିପିଟି ପଡ଼ିଥିବା ପାଚିକା ଦେଖିଥିଲେ ା ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ଦେଶିନାୟକ ଏହା ଜାଣିବା ପରେ ଛାତ୍ରୀଛାତ୍ରମାନଙ୍କୁ ଉକ୍ତ ନ ଖାଇବାକୁ କହିଥିଲେ। ତେବେ ସେତବେଳକୁ ବିଦ୍ୟାଳୟର ୨୦୦ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ପ୍ରାୟ ୬୦ ଜଣ ଭୋଜନ ଆରମ୍ଭ କରିଥିଲେ। ପ୍ରଧାନଶିକ୍ଷକଙ୍କ କହିବା ପ୍ରକାରେ ଛାତ୍ରଛାତ୍ରୀମାନେ ଆଉ ଖାଦ୍ୟ ନ ଖାଇ ଉଠିଯାଇଥିଲେ। ପରେ ସେମାନଙ୍କୁ ବିସ୍କୁଟ ଖାଇବାକୁ ଦିଆଯାଇଥିଲା। ଖବରପାଇ ବିଦ୍ୟାଳୟ ଶିକ୍ଷା କମିଟି ସଭାପତି ପ୍ରମୋଦ କୁମାର ମାନସେଠ୍ ସ୍କୁଲରେ ପହଞ୍ଚି ଅଭିଭାବକମାନଙ୍କୁ ଡକାଇଥିଲେ। କାଳେ କେହି ଅସୁସ୍ଥ ଅନୁଭବ କରିବେ ତାହା ପୂର୍ବରୁ ପ୍ରଧାନଶିକ୍ଷକ ଓ ଅଭିଭାବକମାନେ ଖାଦ୍ୟ ଆରମ୍ଭ କରିଥିବା ଛାତ୍ରୀଛାତ୍ରଙ୍କୁ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇକ ପ୍ରାଥମିକ ଚିକିତ୍ସା କରାଇଥିଲେ। ତେବେ ସମସ୍ତ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ଥିବା ଡା. ଜ୍ୟୋତି ପ୍ରକାଶ ବିଶ୍ୱାଳ ପ୍ରକାଶ କରିଛନ୍ତି। ପାଚିକାମାନେ ଯେଭଳି ସତର୍କ ରହି ମଧ୍ୟାହ୍ନ ଭୋଜନ ରୋଷେଇ କରିବେ ସେଥିପ୍ରତି ପ୍ରଧାନ ଶିକ୍ଷକ ଗୁରୁତ୍ୱ ଦେବାକୁ ଅଭିଭାବକମାନେ କହିଛନ୍ତି।
ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ
ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…
ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ
ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…
ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ଆଉ ତା’ ପରେ…
ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…
ବ୍ରାହ୍ମଣୀଗାଁରେ ବିଏସ୍ଏନ୍ଏଲ୍ ନେଟ୍ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…
ଦାରିଙ୍ଗବାଡ଼ି,୧ା୪ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍ଏନ୍ଏଲ ନେଟ୍ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…
ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍
ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…
ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ
ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…
ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ
ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…
Archives

