ତୁମୁଡ଼ିବନ୍ଧ,୨୨ା୯(ଡ଼ି.ଏନ.ଏ.)-ତୁମୁଡିବନ୍ଧ ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ବେଳେ ତରକାରୀରେ ଏକ ମଲା ଝିଟିପିଟି ପଡ଼ିଥିବା ପାଚିକା ଦେଖିଥିଲେ ା ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ଦେଶିନାୟକ ଏହା ଜାଣିବା ପରେ ଛାତ୍ରୀଛାତ୍ରମାନଙ୍କୁ ଉକ୍ତ ନ ଖାଇବାକୁ କହିଥିଲେ। ତେବେ ସେତବେଳକୁ ବିଦ୍ୟାଳୟର ୨୦୦ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ପ୍ରାୟ ୬୦ ଜଣ ଭୋଜନ ଆରମ୍ଭ କରିଥିଲେ। ପ୍ରଧାନଶିକ୍ଷକଙ୍କ କହିବା ପ୍ରକାରେ ଛାତ୍ରଛାତ୍ରୀମାନେ ଆଉ ଖାଦ୍ୟ ନ ଖାଇ ଉଠିଯାଇଥିଲେ। ପରେ ସେମାନଙ୍କୁ ବିସ୍କୁଟ ଖାଇବାକୁ ଦିଆଯାଇଥିଲା। ଖବରପାଇ ବିଦ୍ୟାଳୟ ଶିକ୍ଷା କମିଟି ସଭାପତି ପ୍ରମୋଦ କୁମାର ମାନସେଠ୍ ସ୍କୁଲରେ ପହଞ୍ଚି ଅଭିଭାବକମାନଙ୍କୁ ଡକାଇଥିଲେ। କାଳେ କେହି ଅସୁସ୍ଥ ଅନୁଭବ କରିବେ ତାହା ପୂର୍ବରୁ ପ୍ରଧାନଶିକ୍ଷକ ଓ ଅଭିଭାବକମାନେ ଖାଦ୍ୟ ଆରମ୍ଭ କରିଥିବା ଛାତ୍ରୀଛାତ୍ରଙ୍କୁ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇକ ପ୍ରାଥମିକ ଚିକିତ୍ସା କରାଇଥିଲେ। ତେବେ ସମସ୍ତ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ଥିବା ଡା. ଜ୍ୟୋତି ପ୍ରକାଶ ବିଶ୍ୱାଳ ପ୍ରକାଶ କରିଛନ୍ତି। ପାଚିକାମାନେ ଯେଭଳି ସତର୍କ ରହି ମଧ୍ୟାହ୍ନ ଭୋଜନ ରୋଷେଇ କରିବେ ସେଥିପ୍ରତି ପ୍ରଧାନ ଶିକ୍ଷକ ଗୁରୁତ୍ୱ ଦେବାକୁ ଅଭିଭାବକମାନେ କହିଛନ୍ତି।
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କ୍ରିକେଟ୍ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ
ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...
ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା
ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...
ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…
ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...
ପିକ୍ନିକ୍ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍ ବଣ
ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...
Archives


