ମନମୁଣ୍ଡାରେ ଟ୍ରାଫିକ ସମସ୍ୟା ଉତ୍କଟ, ବାଇପାସ୍‌ ରାସ୍ତା ଅଧାପନ୍ତରିଆ

ମନମୁଣ୍ଡା, ୧୪।୭ (ଡି.ଏନ.ଏ)- ମନମୁଣ୍ଡା ସହର ଦେଇ ଯାଇଥିବା ଏନଏଚ ୫୭ ଅଣ ଓସାରିଆ ହେତୁ ଟ୍ରାଫିକ ସମସ୍ୟା ଦିନକୁ ଦିନ ଉତ୍କଟ ରୂପ ନେଉଛି । ପୋଲିସ ରୀତିମତ ଡ୍ୟୁଟି କରୁଥିବା ସତ୍ତ୍ବେ ଯାନବାହନ ଯାଆସ କରିବାକୁ ଘଣ୍ଟା ଘଣ୍ଟା ସମୟ ଲାଗୁଛି । ଏପରିକି ଜରୁରୀକାଳୀନ ଗାଡି ଆମ୍ବୁଲାନ୍ସ, ଦମକଳ ଗାଡି ମଧ୍ୟ ଦୀର୍ଘ ସମୟ ପର୍ଯ୍ୟନ୍ତ ଅଟକି ରହୁଛି । ସ୍କୁଲ ଗାଡି ଟ୍ରାଫିକରେ ଫସି ରହିବା ହେତୁ ଠିକ ସମୟରେ ଛାତ୍ରୀଛାତ୍ର ବିଦ୍ୟାଳୟରେ ପହଞ୍ଚତ୍ପାରୁ ନାହାନ୍ତି । ସଙ୍କୀର୍ଣ୍ଣ ରାସ୍ତା ହେତୁ ଲୋକମାନେ ସାଇକେଲ, ବାଇକ ରଖି ବଜାର କରିପାରୁ ନ ଥିବା ବେଳେ ବ୍ୟବସାୟୀମାନେ କ୍ଷତିଗ୍ରସ୍ତ ହେଉଛନ୍ତି । ଦୀର୍ଘ ସମୟ ଯାନବାହନ ଅଟକି ରହୁଥିବାରୁ ଗାଡି ଧୂଆଁରେ ପରିବେଶ ଦୂଷିତ ହେଉଛି । ଏହି ରାସ୍ତା ଦେଇ ପଶ୍ଚିମ ଓଡିଶାର ପ୍ରାୟ ଅଧିକାଂଶ ନେତା, ମନ୍ତ୍ରୀ, ଜିଲାପାଳ, ଏସପି ଯାତାୟତ କରୁଥିବା ବେଳେ ସେମାନେ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି । ଏହାକୁ ଦୃଷ୍ଟିରେ ରଖି ବାଇପାସ ରାସ୍ତା ନିର୍ମାଣ କରାଯାଉଛି । କିନ୍ତୁ କାମ ସରିବା ଅବଧିରୁ ଏକ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିବା ବେଳେ କାମ ଅଧାପନ୍ତରିଆ ଭାବେ ପଡି ରହିଛି । ପ୍ରଶାସନିକ ଅବହେଳା ହେତୁ ଜମି ଅଧିଗ୍ରହଣ ଅଦ୍ୟାବଧି ସମ୍ପୂର୍ଣ୍ଣ ହୋଇ ପାରିନାହିଁ। ଗାନ୍ଧୀଛକଠାରେ ଘର ଭଙ୍ଗା ଯାଇଥିବା ବେଳେ ଭଙ୍ଗା ଇଟା, ଲୁହା ଛଡ ପଡି ରହିଛି। ତା ପାଖରେ ଥିବା ବସ୍ତିବାସିନ୍ଦା ଯିବାକୁ ରାସ୍ତା ନ ପାଇ ଅସୁବିଧା ଭୋଗ କରୁଛନ୍ତି। ବାଇପାସ ନିର୍ମାଣ ବିଳମ୍ବକୁ ନେଇ ମନମୁଣ୍ଡାବାସୀ କିଛି ମାସ ତଳେ ବନ୍ଦ ପାଳନ କରିଥିଲେ । କଣ୍ଟାମାଳ ବିଧାୟକ ମହୀଧର ରଣାଙ୍କ ମଧ୍ୟସ୍ଥତାରେ କାମ ତୁରନ୍ତ ହେବାର ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ହଟିଥିଲା । ବର୍ତ୍ତମାନ ଉକ୍ତ କାମ ପୂର୍ବଂ ତଥା ପରଂ ହୋଇ ପଡିରହିଛି । ଫଳରେ ଟ୍ରାଫିକ ସମସ୍ୟାରେ ଜନସାଧାରଣ ଛନ୍ଦି ହୋଇପଡିଛନ୍ତି । ତୁରନ୍ତ ବାଇପାସ ନିର୍ମାଣ ସମ୍ପୂର୍ଣ୍ଣ କରିବାକୁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri