Posted inଜାତୀୟ

ମନମୋହନଙ୍କୁ ରାଜ୍ୟ ସଭାକୁ ଆଣିବା ପାଇଁ କଂଗ୍ରେସର ଉଦ୍ୟମ ଆରମ୍ଭ

ନୂଆଦିଲ୍ଲୀ,୧୬।୬: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ରାଜ୍ୟ ସଭା ସଦସ୍ୟତା କାର୍ଯ୍ୟକାଳ ଜୁନ୍‌ ୧୪ରେ ଶେଷ ହୋଇଛି। ସେ ୧୯୯୧ଠାରୁ ଆସାମରୁ ରାଜ୍ୟ ସଭାକୁ ଗତ ୨୮ ବର୍ଷ ଧରି ନିର୍ବାଚିତ ହୋଇ ଆସୁଥିଲେ। ତେବେ ମନମୋହନଙ୍କ ଭଳି ଅନୁଭବି ନେତାଙ୍କୁ ପୁଣି ରାଜ୍ୟ ସଭାକୁ ଆଣିବା ପାଇଁ କଂଗ୍ରେସ ପକ୍ଷରୁ ଆରମ୍ଭ ହୋଇଛି ଉଦ୍ୟମ। ଆସାମରେ ମନମୋହନ ରାଜ୍ୟ ସଭା ଲାଗି ପ୍ରଥମ ପସନ୍ଦ ହେବାର ଆବଶ୍ୟକ ସଦସ୍ୟ କଂଗ୍ରେସ ଯୋଗାଡ଼ କରିବା ଅସମ୍ଭବ। ଚଳିତ ବର୍ଷ ଗୁଜରାଟ, ଓଡ଼ିଶା, ବିହାର, ତାମିଲନାଡୁରେ ରାଜ୍ୟ ସଭା ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ। ତେବେ ଗୁଜରାଟରେ ଏଥର ମନମୋହନଙ୍କୁ ଜିତାଇବା ଲାଗି କଂଗ୍ରେସକୁ କାଠିକର ପାଠ ହେବ। ପୂର୍ବରୁ ଅହମ୍ମଦ ପଟେଲ ଏଠାରୁ ରାଜ୍ୟ ସଭାକୁ ଆସିଥିଲେ। ମାତ୍ର ଇତିମଧ୍ୟରେ ସ୍ଥିତି ବଦଳି ଯାଇଛି। ଅପରପକ୍ଷରେ ବିହାର ଏବଂ ଓଡ଼ିଶାରେ କଂଗ୍ରେସ ପ୍ରାର୍ଥୀ ଜିତିବା ସମ୍ଭବ ନୁହେଁ। ଏସବୁ ରାଜ୍ୟରେ ଦଳର ସଦସ୍ୟ ସଂଖ୍ୟା ନଗଣ୍ୟ। ତାମିଲ୍‌ନାଡୁରେ ଡିଏମ୍‌କେ ସହଯୋଗରେ ମନମୋହନଙ୍କୁ ରାଜ୍ୟ ସଭା ଅଣାଯିବାର ସୁଯୋଗ ରହିଛି। ତେବେ କଂଗ୍ରେସ-ଡିଏମ୍‌କେ ମଧ୍ୟରେ ଆଲୋଚନା ଆରମ୍ଭ ହୋଇ ନାହିଁ। ଯଦି ସମ୍ଭବ ନ ହୁଏ ତେବେ ମନମୋହନଙ୍କୁ ଆସନ୍ତା ବର୍ଷ ଏପ୍ରିଲ୍‌ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। କଂଗ୍ରେସ ଶାସିତ ରାଜ୍ୟରେ ଆସନ୍ତା ବର୍ଷ ରାଜ୍ୟ ସଭା ପାଇଁ ନିର୍ବାଚନ ହେବ। ସେହି ସମୟରେ ମନମୋହନଙ୍କ ରାଜ୍ୟ ସଭା ଫେରିବାର ବାଟ ସହଜ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri