Posted inଜାତୀୟ

ମନମୋହନଙ୍କୁ ରାଜ୍ୟ ସଭାକୁ ଆଣିବା ପାଇଁ କଂଗ୍ରେସର ଉଦ୍ୟମ ଆରମ୍ଭ

ନୂଆଦିଲ୍ଲୀ,୧୬।୬: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ରାଜ୍ୟ ସଭା ସଦସ୍ୟତା କାର୍ଯ୍ୟକାଳ ଜୁନ୍‌ ୧୪ରେ ଶେଷ ହୋଇଛି। ସେ ୧୯୯୧ଠାରୁ ଆସାମରୁ ରାଜ୍ୟ ସଭାକୁ ଗତ ୨୮ ବର୍ଷ ଧରି ନିର୍ବାଚିତ ହୋଇ ଆସୁଥିଲେ। ତେବେ ମନମୋହନଙ୍କ ଭଳି ଅନୁଭବି ନେତାଙ୍କୁ ପୁଣି ରାଜ୍ୟ ସଭାକୁ ଆଣିବା ପାଇଁ କଂଗ୍ରେସ ପକ୍ଷରୁ ଆରମ୍ଭ ହୋଇଛି ଉଦ୍ୟମ। ଆସାମରେ ମନମୋହନ ରାଜ୍ୟ ସଭା ଲାଗି ପ୍ରଥମ ପସନ୍ଦ ହେବାର ଆବଶ୍ୟକ ସଦସ୍ୟ କଂଗ୍ରେସ ଯୋଗାଡ଼ କରିବା ଅସମ୍ଭବ। ଚଳିତ ବର୍ଷ ଗୁଜରାଟ, ଓଡ଼ିଶା, ବିହାର, ତାମିଲନାଡୁରେ ରାଜ୍ୟ ସଭା ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ। ତେବେ ଗୁଜରାଟରେ ଏଥର ମନମୋହନଙ୍କୁ ଜିତାଇବା ଲାଗି କଂଗ୍ରେସକୁ କାଠିକର ପାଠ ହେବ। ପୂର୍ବରୁ ଅହମ୍ମଦ ପଟେଲ ଏଠାରୁ ରାଜ୍ୟ ସଭାକୁ ଆସିଥିଲେ। ମାତ୍ର ଇତିମଧ୍ୟରେ ସ୍ଥିତି ବଦଳି ଯାଇଛି। ଅପରପକ୍ଷରେ ବିହାର ଏବଂ ଓଡ଼ିଶାରେ କଂଗ୍ରେସ ପ୍ରାର୍ଥୀ ଜିତିବା ସମ୍ଭବ ନୁହେଁ। ଏସବୁ ରାଜ୍ୟରେ ଦଳର ସଦସ୍ୟ ସଂଖ୍ୟା ନଗଣ୍ୟ। ତାମିଲ୍‌ନାଡୁରେ ଡିଏମ୍‌କେ ସହଯୋଗରେ ମନମୋହନଙ୍କୁ ରାଜ୍ୟ ସଭା ଅଣାଯିବାର ସୁଯୋଗ ରହିଛି। ତେବେ କଂଗ୍ରେସ-ଡିଏମ୍‌କେ ମଧ୍ୟରେ ଆଲୋଚନା ଆରମ୍ଭ ହୋଇ ନାହିଁ। ଯଦି ସମ୍ଭବ ନ ହୁଏ ତେବେ ମନମୋହନଙ୍କୁ ଆସନ୍ତା ବର୍ଷ ଏପ୍ରିଲ୍‌ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। କଂଗ୍ରେସ ଶାସିତ ରାଜ୍ୟରେ ଆସନ୍ତା ବର୍ଷ ରାଜ୍ୟ ସଭା ପାଇଁ ନିର୍ବାଚନ ହେବ। ସେହି ସମୟରେ ମନମୋହନଙ୍କ ରାଜ୍ୟ ସଭା ଫେରିବାର ବାଟ ସହଜ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ ଶିବକୁମାର…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?