Posted inଜାତୀୟ

ମନମୋହନ ରାଜ୍ୟ ସଭାକୁ ନିର୍ବାଚିତ

ଜୟପୁର/ଲକ୍ଷ୍ନୌ, ୨୦ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସୋମବାର ରାଜସ୍ଥାନରୁ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପନିର୍ବାଚନ ଲାଗି ନାମାଙ୍କନପତ୍ର ପ୍ରତ୍ୟାହାର ସମୟସୀମା ଅପରାହ୍ନ ୩ଟାରେ ଶେଷ ହେବା ପରେ ସେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ଘୋଷଣା କରାଯାଇଥିଲା। ରାଜ୍ୟ ସଭା ସଦସ୍ୟ ମଦନ ଲାଲ୍‌ ସାଇନିଙ୍କ ପରଲୋକ ଯୋଗୁ ରାଜସ୍ଥାନର ଉକ୍ତ ଆସନ ପାଇଁ ଉପନିର୍ବାଚନର ଆବଶ୍ୟକତା ପଡିଥିଲା। କଂଗ୍ରେସ ଏହି ଆସନରୁ ମନମୋହନଙ୍କୁ ପ୍ରାର୍ଥୀ କରିଥିବାବେଳେ ଭାଜପା ପ୍ରାର୍ଥୀ ଦେଇ ନ ଥିଲା। ମନମୋହନ ତିନି ଦଶନ୍ଧି ହେଲା ଆସାମରୁ ରାଜ୍ୟ ସଭାରେ ପ୍ରତିନିଧିତ୍ୱ କରିଆସୁଥିଲେ। ତାଙ୍କର କାର୍ଯ୍ୟକାଳ ଗତ ଜୁନ୍‌ ୧୪ରେ ଶେଷ ହୋଇଥିଲା। ଆସାମ ବିଧାନସଭାରେ କଂଗ୍ରେସର ଆବଶ୍ୟକ ସଂଖ୍ୟା ନ ଥିବାରୁ ସେ ପୁନର୍ବାର ନିର୍ବାଚିତ ହୋଇପାରି ନ ଥିଲେ। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ ଶେଖର ମଧ୍ୟ ସୋମବାର ଉତ୍ତରପ୍ରଦେଶରୁ ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଭାଜପାରୁ ଗତ ୧୪ ତାରିଖରେ ନାମାଙ୍କନପତ୍ର ଦାଖଲ କରିଥିଲେ। ତାଙ୍କ ବିରୋଧରେ ଅନ୍ୟ କେହି ପ୍ରାର୍ଥୀ ହୋଇ ନ ଥିବାରୁ ସୋମବାର ନାମାଙ୍କନପତ୍ର ପ୍ରତ୍ୟାହାର ସମୟସୀମା ଅତିକ୍ରାନ୍ତ ହେବା ପରେ ତାଙ୍କୁ ବିଜୟୀ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?